Astrospeak
  • Live TV
  • Read In English

ଗୁରୁବାର ନୁହେଁ, ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି

ଆସନ୍ତା ଗୁରୁବାର ବନକଲାଗି କରାଯିବ ବୋଲି ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ମଦନମୋହନ ଦତ୍ତ ସୂଚନା ଦେଇଥିଲେ। ସତ୍ତ୍ୱଲିପିରେ ଗୁରୁବାର ବନକଲାଗି ବା ଶ୍ରୀମୁଖ ଶିଙ୍ଗାର କରାଯିବା ବିଧି ରହିଛି ।

Banakalagi ritual
ଆସନ୍ତାକାଲି ବନକଲାଗି

ଶ୍ରୀଜିଉଙ୍କ ହେବ ବନକଲାଗି ନୀତି । ଗୁରୁବାର ନୁହେଁ, ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଆସନ୍ତାକାଲି ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି କରିବାକୁ ଦତ୍ତମହାପାତ୍ର ନିଯୋଗକୁ ପୁଣି ଥରେ ନର୍ଦ୍ଦେଶ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ଏହାର ଅବମାନନା କଲେ କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଏହାସହ ବିକଳ୍ପ ବ୍ୟବସ୍ଥା ଆପଣାଇବାକୁ ଶ୍ରୀମନ୍ଦିର ପ୍ରଶାସନ ବାଧ୍ୟ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ତେବେ ଏହା ପୂର୍ବରୁ ଆସନ୍ତା ଗୁରୁବାର ବନକଲାଗି କରାଯିବ ବୋଲି ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ମଦନମୋହନ ଦତ୍ତ ସୂଚନା ଦେଇଥିଲେ। ସତ୍ତ୍ୱଲିପିରେ ଗୁରୁବାର ବନକଲାଗି ବା ଶ୍ରୀମୁଖ ଶିଙ୍ଗାର କରାଯିବା ବିଧି ରହିଛି ।

ତେଣୁ ଆଗାମୀ ଗୁରୁବାର ବନକଲାଗି ପାଇଁ ପ୍ରଶାସନକୁ ନିବେଦନ କରାଯାଇଥିବା ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ସୂଚନା ଦେଇଥିଲେ । ତେବେ ଏଇ କିଛି ସମୟ ପୂର୍ବରୁ ବନକଲାଗି ନୀତି ଆସନ୍ତାକାଲି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦେଶ ଦେଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତମହାପାତ୍ର ସେବାୟତ ନିଯୋଗ ମଧ୍ୟରେ ବିବାଦ ଯୋଗୁଁ ନୀଳାଦ୍ରି ବିଜେ ପରଠାରୁ ଠାକୁରମାନଙ୍କ ଶ୍ରୀମୁଖ ଶିଙ୍ଗାର କରାଯାଇନାହିଁ ।

ଫଳରେ ଶ୍ରୀମନ୍ଦିର ଆସୁଥିବା ଅଗଣିତ ଭକ୍ତ ଠାକୁରଙ୍କ ମଳିନ ମୁଖକୁ ଦର୍ଶନ କରି ଫେରିବା ସହ ଏହାକୁ ନେଇ ଭକ୍ତ ମହଲରେ କ୍ଷୋଭ ପ୍ରକାଶ ପାଇଛି ।