Advertisment

ବିଚ୍ କନେକ୍ଟ କାର୍ଯ୍ୟକ୍ରମ: ସମ୍ବଲପୁରୀ ନୃତ୍ୟରେ ଦୁଲୁକିଲା ମଞ୍ଚ

ସମୁଦ୍ରକୂଳ ବ୍ୟବସାୟୀ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ପୁରୀରେ ଅନୁଷ୍ଠିତ ହୋଇଛି ବିଚ୍ କନେକ୍ଟ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ...

ଅଦ୍ୟତନ ହୋଇଛି
Beach Connect Programme Held In Puri

Beach Connect Programme Held In Puri

Advertisment

ପୁରୀରେ ଅନୁଷ୍ଠିତ ହୋଇଛି ବିଚ୍ କନେକ୍ଟ କାର୍ଯ୍ୟକ୍ରମ । ସମୁଦ୍ରକୂଳ ବ୍ୟବସାୟୀ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ ପୌରସଂସ୍ଥା ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଆଜି ସକାଳ ୬ ଟାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।

Advertisment

ଏଥିରେ ପ୍ରଥମେ ବେଳାଭୂମି ସଫେଇ ତଥା ଏହାର ସୁରକ୍ଷା ପାଇଁ ସମସ୍ତଙ୍କ ସହଯୋଗ ଲୋଡି ପୌରସଂସ୍ଥା ପକ୍ଷରୁ ବେଳାଭୂମିର ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା । ଏବଂ ପରେ ଜୁମ୍ବା ନୃତ୍ୟ, ଲେମ୍ବୁ ରେସ, ଯୋଗ, ମ୍ୟୁଜିକ ଚେୟାର, ସ୍ୱାସ୍ଥ୍ୟ ପରୀକ୍ଷା, କୁଇଜ ପ୍ରତିଯୋଗିତା, ଲାଇଭ ପେଣ୍ଟିଂ, ପିଲାମାନଙ୍କ ପାଇଁ ବକେଟବଲ, ଆର୍ଚେରୀ, ପିରାମିଡ, ରିଙ୍ଗ ଥ୍ରୋ ଫନ୍ ଗେମ୍, ଟଗ୍ ଅଫ୍ ୱାର (ଦୌଡି ଭିଡା) ପରି ଭଳି କି ଭଳି ଆକ୍ଟିଭିଟିମାନ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ କୁଇଜ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । କେବଳ ଏତିକି ନୁହେଁ ଏହି ଅବସରରରେ ଶିଳ୍ପୀ ଏଣ୍ଟରଟେନମେଣ୍ଟ ପକ୍ଷରୁ ସମ୍ବଲପୁରୀ ନୃତ୍ୟ କାର୍ଯ୍ୟକ୍ରମ ପରିବେଷଣ ମଧ୍ୟ କରାଯାଇଥିଲା ।

Beach Connect Programme Held In Puri (ବିଚ୍ କନେକ୍ଟ କାର୍ଯ୍ୟକ୍ରମ)

ଏହି ଅବସରରେ ପୌର ସଂସ୍ଥା ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଜିଲ୍ଲା ଆପଦକାଳୀନ ଅଧିକାରୀ ଜିତେନ୍ଦ୍ର ପାତ୍ର, ଜିଲ୍ଲା କ୍ରୀଡାଧିକାରୀ ଚନ୍ଦନ କୁମାର ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ପରାମର୍ଶଦାତା ଜ୍ୟୋତିପ୍ରକାଶ, ସିଦ୍ଧାର୍ଥ ରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Advertisment
Beach Connect Programme Held In Puri (ବିଚ୍ କନେକ୍ଟ କାର୍ଯ୍ୟକ୍ରମ)

ତେବେ ଏହି କାର୍ଯ୍ୟକ୍ରମରେ ସରକାରୀ ଅଧିକାରୀ, କର୍ମଚାରୀ, ପର୍ଯ୍ୟଟକ, ହୋଟେଲ ବ୍ୟବସାୟୀ, ବୁଦ୍ଧିଜିବୀ, ପୁରୀବାସୀ, ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ସ୍ୱେଚ୍ଛାସେବୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ସାମିଲ ହୋଇ ପ୍ରତି ରବିବାର ବ୍ୟବଧାନରେ ସକାଳ ସାଢେ ୫ ଟାରୁ ସାଢେ ୮ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ ।

Puri Sea Beach Beach Connect Programme
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ