Advertisment

ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକ ଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସଂପାଦନ କରିବେ । ଶ୍ରୀଜିଉଙ୍କ ବନକ ଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।

author-image
Pallipuspa Samal
ଅଦ୍ୟତନ ହୋଇଛି
Puri Srimandir: Darshan of Lord Jagannath will be closed

Darshan of Lord Jagannath will be closed

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସଂପାଦନ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି।

Advertisment

ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସନ୍ଧ୍ୟା ୬ରୁ ୧୦ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

ଅପରପକ୍ଷରେ ରଥକାର୍ଯ୍ୟ ପାଇଁ ଚଳଚଞ୍ଚଳ ରଥଖଳା । ମହାରଣା ସେବାୟତ ଏବଂ ଭୋଇ ସେବାୟତ ମାନେ ମନ ଧ୍ୟାନ ଦେଇ ଲାଗି ପଡ଼ିଛନ୍ତି ମହାପ୍ରଭୁଙ୍କ ରଥ ନିର୍ମାଣ କାମରେ। ଏକା ସାଙ୍ଗରେ ଏକ ଲୟରେ ଚାଲିଛି ଏକାଧିକ ତୁମ୍ଭରେ ବିନ୍ଧ ଖୋଦେଇ। ସବୁ କାମ ପଛେ ପଡ଼ିଥାଉ, କାଳିଆର କାମ ସୁରୁଖୁରୁରେ ସରିଯାଉ ।

Advertisment

ସୂଚନା ଅନୁଯାୟୀ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ କରାଯାଇଥିଲା । ପ୍ରଥମେ ଶ୍ରୀମନ୍ଦିରରୁ ରଥଖଳାକୁ ଆଜ୍ଞାମାଳ ବିଜେ ହୋଇ ସ୍ତୋତ୍ରିୟ ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନି ମଧ୍ୟରେ ସୁନା ଓ ରୂପା କୁରାଢ଼ି ଛୁଆଁଇ ରଥ ନିର୍ମାଣ ଅନୁକୂଳ କରାଯାଇଥିଲା ।

Srimandir Lord Jagannath Puri Srimandir
Advertisment
Advertisment