Advertisment

ଆଜିଠୁ ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି; ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଆଜି ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥି। ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ନୀତି। ନୀତି ର୍ନିଘଣ୍ଟ ଅନୁସାରେ ସକାଳ ୫ଟା ୧୮ମିନିଟରେ ଦ୍ୱାରଫିଟା ନୀତି ସମ୍ପନ୍ନ ହୋଇଥିଲା।

ଅଦ୍ୟତନ ହୋଇଛି
Puri Srimandir

Puri

Advertisment

ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି । ଆଜି ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥି ଥିବାରୁ ଶ୍ରୀମନ୍ଦିରରେ ପବିତ୍ର କାର୍ତ୍ତିକ ନୀତି ଆରମ୍ଭ ହୋଇଛି । ନୀତି ର୍ନିଘଣ୍ଟ ଅନୁସାରେ ସକାଳ ୫ଟା ୧୮ମିନିଟରେ ଦ୍ୱାରଫିଟା ନୀତି ସମ୍ପନ୍ନ ହୋଇଥିଲା । ଏହାପରେ ବିଧି ମୁତାବକ ଅନ୍ୟ ନୀତି ପାଳନ କରାଯାଉଛି ।

Advertisment

ମହାପ୍ରଭୁ ଆଜିଠାରୁ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଅବକାଶ ନୀତି ବଢିବା ପରେ ମହାପ୍ରଭୁଙ୍କର ରାଧାଦାମୋଦର ବେଶକୁ ଭକ୍ତ ଭିତର କାଠ ନିକଟରୁ ଦର୍ଶନ କରିବାର ସୁଯୋଗ ପାଉଛନ୍ତି । ଆଜି ଠାରୁ କାର୍ତ୍ତିକ ପୁର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ବାଳଭୋଗ ଲାଗି ହେବାର ପରମ୍ପରା ରହିଛି । କାର୍ତ୍ତିକ ବ୍ରତ କରିଥିବା ବ୍ରତଧାରୀ ବ୍ରତ ପାଳନ କରିବା ସହ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ରାଧାଦାମୋଦର ବେଶ ଦର୍ଶନ କରି ଆର୍ଶିବାଦ ଭିକ୍ଷା କରୁଛନ୍ତି ।

ଆଜି ଶ୍ରୀକ୍ଷେତ୍ରରେ ଅନନ୍ୟ ପରମ୍ପରା ଗୋଷାଣୀ ଯାତ୍ରା ରହିଛି । ଗୋଷାଣୀ ଦେବୀମାନଙ୍କର ବଡଦାଣ୍ଡରେ ହେବ ଦେବସଭା । ଗତ ଦୁଇବର୍ଷ ହେବ କରୋନା ଯୋଗୁଁ ଗୋଷାଣୀ ଯାତ୍ରା ଫିକା ପଡିଥିବା ବେଳେ ଏଥର ବେଶ ଜାକ ଜମକରେ ପାଳିତ ହେବ । ବଡଦାଣ୍ଡର ଆକର୍ଷଣୀୟ ଆଲୋକ ମାଳା ସହ ଗୋଶାଣୀଙ୍କ ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି ।

Advertisment
Lord Jagannath Puri Srimandir Radha Damodar Besha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ