/odishatv-khabar/media/post_attachments/uploadimage/library/16_9/16_9_0/IMAGE_1697338695.jpg)
Navaratri Puja
ଆଜିଠୁ ଆରମ୍ଭ ହୋଇଛି ନବରାତ୍ରୀ । ୯ ଦିନ ଧରି ମାଆ ଭିନ୍ନ ଭିନ୍ନ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବାକୁ ଥିବା ବେଳେ ଶକ୍ତିପୀଠ ମାନଙ୍କରେ ଲାଗିଛି ଗହଳି । ଆଶ୍ୱିନ ଶୁକ୍ଳ ପ୍ରତିପଦାରୁ ନବମୀ ପର୍ଯ୍ୟନ୍ତ ମାଆ ଜଗଦଜନନୀଙ୍କ ନବମୀ ପୂଜା ଅନୁଷ୍ଠିତ ହେବ । ଏହି ନଅ ଦିନ ମା' ଶୈଳପୁତ୍ରୀ, ବ୍ରହ୍ମଚାରିଣୀ, ଚନ୍ଦ୍ରଘଣ୍ଟା, କୁଷ୍ମାଣ୍ଡା, ସ୍କନ୍ଧମାତା, କାତ୍ୟାୟନୀ, କାଳରାତ୍ରୀ, ମହାଗୌରୀ ତଥା ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେବେ ।
ଭିନ୍ନ ଭିନ୍ ବେଶରେ ଭିନ୍ନ ଭିନ୍ନ ପ୍ରକାରର ଭୋଗ ଲାଗିହେବାର ପରମ୍ପରା ରହିଛି । ପୂଜାବେଦୀରେ ଘଟ ସ୍ଥାପନ କରି ଦେବୀଙ୍କ ଆବାହନ କରାଯିବ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀକୁ ପ୍ରାଧାନ୍ୟ ଦିଆଯାଏ ।
ହିନ୍ଦୁ ଧର୍ମରେ ଶାରଦୀୟ ନବରାତ୍ରୀର ଏକ ବିଶେଷ ମହତ୍ତ୍ୱ ରହିଛି। ନବରାତ୍ରୀ ଅବସରରେ ଦେବୀ ଦୁର୍ଗାଙ୍କୁ ପୂଜା କରାଯାଏ। ନବରାତ୍ରୀର ନଅ ଦିନ ପାଇଁ ଦେବୀ ଦୁର୍ଗାଙ୍କର ନଅ ପ୍ରକାର ପୂଜା ହୋଇଥାଏ। ମାତା ଦେବୀଙ୍କୁ ଖୁସି କରିବା ପାଇଁ ଅନେକ ଲୋକ ମଧ୍ୟ ନବରାତ୍ରୀ ସମୟରେ ଉପବାସ ପାଳନ କରନ୍ତି। ଆଶ୍ୱିନ ମାସର ଶୁକ୍ଲ ପ୍ରତିପଦାରୁ ନବରାତ୍ରୀ ଆରମ୍ଭ ହୁଏ।
ତେବେ ଶାରଦୀୟ ନବରାତ୍ରୀ ପିତୃ ପକ୍ଷର ଶେଷ ଦିନ ଅର୍ଥାତ୍ ସର୍ବ ପିତୃ ଅମାବାସ୍ୟାର ପରଦିନରୁ ଆରମ୍ଭ ହୁଏ। ହିନ୍ଦୁ ଧର୍ମରେ ଶକ୍ତିରୂପିଣୀ ମାଆ ଦୁର୍ଗାଙ୍କର ନଅ ରୂପ ବୋଲି କୁହାଯାଏ। ବସନ୍ତ ଓ ଶରତ ଋତୁରେ ଦେବୀଙ୍କୁ ଆରାଧନା କରାଯାଏ। ଚୈତ୍ର ଶୁକ୍ଳ ଏବଂ ଆଶ୍ୱିନ ଶୁକ୍ଳ ପ୍ରତିପଦାଠାରୁ ନବମୀ ପର୍ଯ୍ୟନ୍ତ ନବଗୌରୀ ବା ନବଦୁର୍ଗାଙ୍କ ପୂଜା କରାଯାଏ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)