• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ । ପୁରୀ ଟାଉନ ହଲ୍ ପରିସରରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏବର୍ଷ କିପରି ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ, ତା ଉପରେ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯିବ ।

ବିଶେଷ କରି ରାସ୍ତାଘାଟ, ସ୍ୱାସ୍ଥ୍ୟ, ପରିମଳ, ବିଦ୍ୟୁତ୍ କରଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ଯାତ୍ରୀ ପାର୍କିଂ ତା ସହ ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ କରିବା ଉପରେ ଆଲୋଚନା କରାଯିବ । ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ ।

ଏହା ସହିତ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯିବ ।