Advertisment

Sunia Festival: ଶ୍ରୀନଅରରେ ପାଳନ ହେବ ସୁନିଆଁ ଉତ୍ସବ; ଆରମ୍ଭ ହେବ ୧୪୩୩ ସାଲ, ୬୯ ଅଙ୍କର ପ୍ରବେଶ

ଆଜିଠାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୩ ସାଲ ଓ ୬୯ ଅଙ୍କର ପ୍ରବେଶ। ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳନ ହେବ ସୁନିଆଁ ଉତ୍ସବ। ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ପାଇଁ ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।

Sunia Festival, 2025

Sunia Festival, 2025

Advertisment

ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୩ ସାଲ ଓ ୬୯ ଅଙ୍କର ପ୍ରବେଶ। ଏହି ଅବସରରେ ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳନ ହେବ ସୁନିଆଁ ଉତ୍ସବ। ଗଜପତି ମହାରାଜାଙ୍କର ୬୯ ଅଙ୍କ ଆରମ୍ଭ ହେବ। ଜାତକ ଓ ପାଞ୍ଜି, ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ।

Advertisment

ସୁନିଆଁ ଅବସରରେ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ। କନକଦୁର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ, ନୃସିଂହ ଆଦି ଦେବାଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନଅରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ। ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ। ଏହି ଅବସରରେ ଶ୍ରୀନଅର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ। ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନଅର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ନୂତନ ଅଙ୍କ ଓ ସାଲ ଘୋଷଣା କରିଥାନ୍ତି।

ଅନ୍ୟପଟେ ଆଜି ୫ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଆପାତତଃ ଅପରାହ୍ଣ ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ବାମନ ଜନ୍ମ ନୀତି ହେଉଛି। ଏଥିପାଇଁ ସକାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତି ଆରମ୍ଭ ହୋଇଥାଏ। ଆଜିର ଦିନରେ ଅଦିତିଙ୍କଠାରୁ ବାମନ ଜନ୍ମ ହୋଇଥିବାରୁ ଏହାର ସ୍ମୃତିକୁ ନେଇ ଏହି ଜନ୍ମନୀତି ଦ୍ବିପ୍ରହର ଧୂପ ପରେ ପାଳିତ ହୋଇଥାଏ। 

Advertisment

Gajapati Maharaj
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ