• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

କାର୍ତ୍ତିକ ସୋମବାରରେ ଶ୍ରୀଜିଉଙ୍କୁ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ । ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଧାଡ଼ିରେ ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଛନ୍ତି । ଶାନ୍ତି ଶୃଙ୍ଖଳାର ସହ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଅନ୍ୟପଟେ କାର୍ତ୍ତିକ ତୃତୀୟ ସୋମବାର ପାଇଁ ଚଳଚଞ୍ଚଳ ରହିଛି ଆଠଗଡ଼ । କଟକ ଆଠଗଡ଼ର ବାବା ଧବଳେଶ୍ବରଙ୍କ ପୀଠରେ ଲାଗିଛି ଭକ୍ତଙ୍କ ଭିଡ଼ ।

ବିଶ୍ବାସ ରହିଛି କାର୍ତ୍ତିକ ସୋମବାରରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟିଜନ୍ମର ପୂଣ୍ୟଫଳ ମିଳିଥାଏ । ଏହି ବିଶ୍ବାସରେ ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ ଆସି ବାବା ଧବଳେଶ୍ବରଙ୍କୁ ଦର୍ଶନ କରୁଛନ୍ତି ।

ରାତି ୪ଟାରୁ ପହଡ ଖୋଲାଯାଇ ମହାଦେବଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଇ ମଙ୍ଗଳ ଆଳତୀ କରାଯାଇଛି । ଶାନ୍ତି ଶୃଙ୍ଖଳାର ସହ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି ।