Advertisment

ପଞ୍ଚୁକରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନାରାୟଣ ବେଶ

ଆଜିଠୁ ଆରମ୍ଭ ପବିତ୍ର ପଞ୍ଚୁକ ବ୍ରତ। ଏ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହେଉଥିବା ବେଳେ, ଶ୍ରୀଜିଉଙ୍କ ଦର୍ଶନ ଲାଗି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଆଜି ଏକାଦଶୀ ତିଥିରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନାରାୟଣ ବେଶ ହୋଇଛି।

ଅଦ୍ୟତନ ହୋଇଛି
Panchuka In Odisha 2022

Jagannath Temple

Advertisment

ଆଜିଠୁ ଆରମ୍ଭ ପବିତ୍ର ପଞ୍ଚୁକ ବ୍ରତ । ଏହି ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହେଉଥିବା ବେଳେ, ଶ୍ରୀଜିଉଙ୍କ ଦର୍ଶନ ଲାଗି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଆଜି ଏକାଦଶୀ ତିଥିରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନାରାୟଣ ବେଶ ହୋଇଛି । ଭକ୍ତମାନେ ଶ୍ରୀଜିଉଙ୍କ ଏହି ବେଶ ଦର୍ଶନ କରୁଛନ୍ତି ।

Advertisment

ଅଧିକ ପଢ଼ନ୍ତୁ: ପଞ୍ଚୁକରେ LED ସ୍କ୍ରିନ୍‌ରେ ଚାଲିଛି ଭୋଳାବାବାଙ୍କ ଦର୍ଶନ

କାର୍ତ୍ତିକ ମାସର ଶେଷ ଏହି ପାଞ୍ଚଦିନ ସବୁଠାରୁ ପବିତ୍ର । ଯେଉଁ ବ୍ରତଧାରୀ ମାନେ କାର୍ତ୍ତିକ ବ୍ରତ ପାଳନ କରିନଥାନ୍ତି, ସେମାନେ ଏହି ଶେଷ ପାଞ୍ଚଦିନ କାର୍ତ୍ତିକ ବ୍ରତ ପାଳନ କରି ସମାନ ପୁଣ୍ୟ ଅର୍ଜନ କରିଥାନ୍ତି ବୋଲି ବିଶ୍ୱାସ ରହିଛି । ପ୍ରବଳ ଜନ ସମାଗମ ହୋଇଥିବାରୁ, ଶ୍ରୀମନ୍ଦିର, ପୁରୀ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମରିଚିକୋଟ ଛକ ଠାରୁ ଅସ୍ଥାୟୀ ବ୍ୟାରିକେଡ଼ କରାଯାଇଛି ।

ପ୍ରାୟ ୨୬ ପ୍ଲାଟୁନ୍ ପୋଲିସ ଫୋର୍ସଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି । ସିଂହଦ୍ୱାର ଦେଇ ପ୍ରବେଶ ଅନୁମତି ଥିବା ବେଳେ, ପଶ୍ଚିମ ଦ୍ୱାର ବନ୍ଦ ଅଛି । ତେବେ ପ୍ରସ୍ଥାନ ପାଇଁ ଅନ୍ୟ ୨ ଦ୍ୱାର ଦେଇ ଆସିପାରିବେ ଶ୍ରଦ୍ଧାଳୁ । କାର୍ତ୍ତିକ ଶେଷ ୫ ଦିନରେ ମହାପ୍ରଭୁ ୫ଟି ସ୍ୱତନ୍ତ୍ର ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଥାନ୍ତି । ଏକାଦଶୀ ତିଥିରେ ଲକ୍ଷ୍ମୀ ନାରାୟଣ, ଦ୍ୱାଦଶୀରେ ବାଙ୍କଚୁଡ଼, ତ୍ରୟୋଦଶୀରେ ତ୍ରିବିକ୍ରମ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀନୃସିଂହ ଓ କାର୍ତ୍ତିକ ପୂର୍ଣ୍ଣିମାରେ ରାଜରାଜେଶ୍ୱର ବା ସୁନାବେଶରେ ମହାପ୍ରଭୁଙ୍କ ଦର୍ଶନ ମିଳିଥାଏ ।

Advertisment
Srimandir Jagannath Temple
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ