Advertisment

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନଙ୍କ ଦ୍ୱାରା ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରାଯିବ ।

ଅଦ୍ୟତନ ହୋଇଛି
Lord Jagannath’s Special Ritual Banakalagi Niti To Be Held At Srimandir In Puri Today

ସୂଚନା ଅନୁସାରେ, ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବ ।

କରୋନା କଟକଣା ଭିତରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ ହୋଇଛି । ଆଜି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନିତୀ ପାଇଁ ଅପରାହ୍ନ ୫ଟା ରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Advertisment
Puri Jaggannth Temple
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ