Advertisment

Lord Jagannath: ଆଜି ପବିତ୍ର ମାଘ ପୂର୍ଣ୍ଣିମା;ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ ।

author-image
Tapaswini Nayak
ଅଦ୍ୟତନ ହୋଇଛି
Puri

Puri

ଆଜି ପବିତ୍ର ମାଘ ପୂର୍ଣ୍ଣିମା ତିଥି। ଶ୍ରୀମନ୍ଦିରରେ ଶ୍ରୀଜିଉ ଗଜ ଉଦ୍ଧାରଣ ବେଶରେ ବିଭୂଷିତ ହୋଇଥାନ୍ତି। ଶ୍ରୀ ଲୋକନାଥଙ୍କର ପଦ୍ମବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀଜଗନ୍ନାଥ ମହାପ୍ରଭୁ ଚତୁର୍ଭୁଜରେ ଧାରଣ କରିବେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ।

Advertisment

ଏହି ବେଶରେ ମହାପ୍ରଭୁ ଗରୁଡ ଉପରେ ବସିବା ଭଙ୍ଗିରେ ଥାଇ ମାଆ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚତୁଃଭୂଜରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମକଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ।

ମହାପ୍ରଭୁଙ୍କର ଏହି ଚିତ୍ତାକର୍ଷକ ବେଶ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିବେ ଭକ୍ତ ଓ ଦର୍ଶାନାର୍ଥି। ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ । ଦେବଦେବ ମହାଦେବ ଶ୍ରୀଲୋକନାଥଙ୍କର ଆଜି ହେବ ପଦ୍ମବେଶ। ସୋଲରେ ତିଆରି ପଦ୍ମରେ ବିଭୂଷିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଲୋକନାଥ।

Advertisment

ଅଧିକ ପଢ଼ନ୍ତୁ: ମୁଖମନ୍ତ୍ରୀଙ୍କ ବଡ଼ ଘୋଷଣା; ଝିଅ ହେଲେ ୧୨, ପୁଅ ହେଲେ ମିଳିବ ୧୦ ହଜାର।

Puri Puri Jaggannth Temple
Advertisment
Advertisment