Maha Shivaratri Celebrations At Lingaraj Temple
ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍ କଟକଣା ମଧ୍ୟରେ ପାଳନ ହେବ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଯାତ୍ରା। ତେବେ ଭକ୍ତଙ୍କ ମନ୍ଦିର ପ୍ରବେଶ ନେଇ ପରବର୍ତ୍ତୀ ଆଲୋଚନାରେ ନିଷ୍ପତ୍ତି ନିଆଯିବ। ରାତି ୧୦ଟାରେ ମହାଦୀପ ଉଠିବା ଲାଗି ସମୟ ଧାର୍ଯ୍ୟ ହୋଇଛି।
ଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଜାଗର ଯାତ୍ରା ପ୍ରସ୍ତୁତି ଆଲୋଚନା ସହ ନିଯୋଗମାନଙ୍କ ଦାବି ସମ୍ପର୍କରେ ସମାଧାନ କରିବାକୁ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାୟିତ୍ୱ ଦିଆଯାଇଛି। ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ତଥା ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଓ ଟ୍ରଷ୍ଟ ବୋର୍ଡର ସଦସ୍ୟମାନେ ଯୋଗ ଦେଇଥିଲେ।
ସୂଚନାଥାଉ କି, ଗତବର୍ଷ ଜାଗରରେ ଶ୍ରଦ୍ଧାଳୁ ଏକାଠି ଦୀପ ଜାଳିବାକୁ ବାରଣ କରାଯାଇଥିବା ବେଳେ ସମ୍ପୂର୍ଣ୍ଣ ବ୍ୟାରିକେଡ ଭିତରେ ନିୟମ ଅନୁଯାୟୀ ଭକ୍ତମାନେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ। ଏହାସହ ଶ୍ରଦ୍ଧାଳୁଙ୍କ ପାଇଁ ପିଇବା ପାଣିର ବ୍ୟବସ୍ଥା ମଧ୍ୟ କରାଯାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1644637726.jpg)