Lingaraj Temple
ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ । ରାତି ୧୦ଟା ୨୦ରେ ଉଠିଲା ମହାଦୀପ । ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହେଲା ମନ୍ଦିର ପରିସର ।
Advertisment
ଆଜି ପବିତ୍ର ମହାଶିବରାତ୍ରି । ସକାଳୁ ସକାଳୁ ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିରରେ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରିଥିଲେ । ଆଜି ରାତି ୧୦ ଟାରେ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ଉଠିବ ବୋଲି କୁହାଯାଇଥିଲା । ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)