Advertisment

Nuakhai 2023: କିପରି ସ୍ଥିର ହୁଏ ନୂଆଖାଇ ଲଗ୍ନ; ସେଦିନ ଓ ଆଜି

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷରେ ପାଳନ କରାଯାଇଥାଏ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଖାଇ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି। ଆସନ୍ତୁ ଜାଣିବା କିପରି ସ୍ଥିର ହୁଏ ଏହାର ଲଗ୍ନ।

author-image
Pramod Behera
ଅଦ୍ୟତନ ହୋଇଛି
Nuakhai in Odisha in 2023

Nuakhai 2023 How to decide lagna

ଆମ ସାମାଜିକ ଚଳଣିରେ ନୂଆଖାଇ ଏକ ସ୍ୱତନ୍ତ୍ର ପର୍ବ। ଏହି ପର୍ବରେ ସାମାଜିକ, ଆଧ୍ୟାତ୍ମିକ ଓ ସାଂସ୍କୃତିକ ଭାବଗତର ଝଲକ ଦେଖିବାକୁ ମିଳିଥାଏ। ଓଡ଼ିଶାର ବିଶେଷ କରି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷରେ ପାଳନ କରାଯାଇଥାଏ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଖାଇ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି।

Advertisment

ବିଶେଷ କରି ଏହା ଏକ କୃଷିଭିତ୍ତିକ ପର୍ବ। ପଶ୍ଚିମ ଓଡ଼ିଶା ବାସୀଙ୍କର ମୁଖ୍ୟଜୀବିକା ହେଉଛି କୃଷି। କୃଷିଜାତ ଅନ୍ନର ମହତ୍ତ୍ୱକୁ ନେଇ କେଉଁ ଆବହମାନ କାଳରୁ ଏହି ନୂଆଖାଇ ପର୍ବ ପାଳିତ ହୋଇଆସୁଛି। ଓଡ଼ିଶାର ଅବିଭକ୍ତ କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ ଓ ବଉଦ ଜିଲ୍ଲା ସମେତ କୋରାପୁଟର କେତେକ ଅଂଚଳ ଏବଂ ଛତିଶଗଡ ରାଜ୍ୟର ଦେଓଭୋଗ ସମେତ କେତେକ ଅଂଚଳରେ ଏହି ନୂଆଖାଇ ପର୍ବ ଖୁବ ଧୂମଧାମରେ ପାଳିତ ହୋଇଥାଏ।

ଅଧିକ ପଢ଼ନ୍ତୁ: ସାମାଜିକ ଏକତାର କଥା କହେ ନୂଆଖାଇ; ମତଭେଦକୁ କରିଦିଏ ସମାଧାନ

ବର୍ଷ ପ୍ରାରମ୍ଭରେ ଉତ୍ପାଦିତ ଶସ୍ୟର ଅନ୍ନକୁ ବିଶେଷ କରି ବର୍ଷର ଅମଳ ପ୍ରାରମ୍ଭରୁ ଉତ୍ପାଦିତ ହେଉଥିବା ଧାନରୁ ଯେଉଁ ଅନ୍ନ ବାହାରେ ସେହି ଅନ୍ନକୁ ନିଜ ଇଷ୍ଟ ଦେବଦେବୀଙ୍କ ଅର୍ପଣକରି ସେହି ପ୍ରସାଦ ନିଜେ ଗ୍ରହଣ କରିବା ସଙ୍ଗେସଙ୍ଗେ ଅନ୍ୟମାନଙ୍କୁ ପଂକ୍ତି ଭୋଜନରେ ଆପ୍ୟାୟିତ କରିବାର ଧାରା ହେଉଛି ନୂଆଖାଇ ପର୍ବ।

Advertisment

ଏହା ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ। ଦେଶର ବିଭିନ୍ନ ଅଞ୍ଚଳରେ ତଥା ବିଦେଶରେ ରହୁଥିବା ପଶ୍ଚିମ ଓଡ଼ିଶାର ଲୋକ ଏହିଦିନ ନିଜ ଘରକୁ ଆସିବାକୁ ଚେଷ୍ଟା କରିଥାନ୍ତି। ଯେଉଁମାନେ ନିଜ ଭିଟାମାଟିକୁ ଆସି ନ ପାରନ୍ତି, ସେମାନେ ନିଜେ ରହୁଥିବା ଜାଗାରେ ନୂଆଖାଇ ପାଳନ କରିଥାନ୍ତି। ବିଶେଷକରି ଗୁଜରାଟର ସୁରତ, ଛତିଶଗଡ଼ର ରାୟପୁର, ବିଶାଖାପାଟଣା, ଚେନ୍ନାଇ, ମୁମ୍ବାଇ ଓ ଦିଲ୍ଲୀ ଆଦି ସହରରେ ମଧ୍ୟ ଏହା ପାଳନ କରାଯାଇଥାଏ।

ଲଗ୍ନ ସ୍ଥିର:

ଆଗକାଳରେ ରାଜାମାନେ ନିଜ ରାଜ୍ୟର ଇଷ୍ଟଦେବୀଙ୍କ ନାମ ଅନୁସାରେ ନୂଆଖାଇବାର ଲଗ୍ନ ଧାର୍ଯ୍ୟ କରି ଭିନ୍ନ ଭିନ୍ନ ଦିନ ନୂଆ ଖାଉଥିଲେ। ରାଜାରାଜୁଡ଼ା ଶାସନ ପରେ ମଧ୍ୟ ରାଜାଙ୍କ ଇଷ୍ଟଦେବୀଙ୍କ ନାମ ଅନୁସାରେ ପଣ୍ଡିତମାନେ ନବାନ୍ନ ଭକ୍ଷଣ ତିଥି ବାହାର କରୁଥିଲେ। ଏନେଇ ୧୯୯୧ ମସିହା ପର୍ଯ୍ୟନ୍ତ ନୂଆଖାଇ ପର୍ବ ପ୍ରତ୍ୟେକ ବର୍ଷ ଗୋଟିଏ ନିର୍ଦ୍ଦିଷ୍ଟ ତିଥିରେ ପାଳିତ ନ ହୋଇ ଭାଦ୍ରବ ଶୁକ୍ଳପକ୍ଷର ଯେକୌଣସି ଏକ ତିଥିରେ ପାଳିତ ହେଉଥିଲା।

ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ସାରା ଓଡ଼ିଶାରେ ଗୋଟିଏ ଦିନରେ ନୂଆଖାଇ ପର୍ବ ପାଳନ କରାଯିବା ପାଇଁ ଘୋଷଣା କରି ସାରା ଓଡ଼ିଶା ସରକାରୀ ଛୁଟି କରିବା ପାଇଁ ଘୋଷଣା କରିଥିଲେ। ଏହି ପଦକ୍ଷେପକୁ ପଶ୍ଚିମ ଓଡ଼ିଶାର ସବୁ ମହଲରେ ଚିନ୍ତାକରାଯାଇ ସର୍ବସମ୍ମତ କ୍ରମେ ଗଣେଶ ପୂଜାର ପରଦିନ ଅର୍ଥାତ ଋଷି ପଞ୍ଚମୀ ଦିନଟି ସ୍ଥିର କରାଗଲା। ସେହି ବର୍ଷଠାରୁ ପ୍ରତ୍ୟେକ ବର୍ଷ ପଶ୍ଚିମାଞ୍ଚଳରେ ଗୋଟିଏ ଦିନରେ ନୂଆଖାଇ ପର୍ବ ତିଥି ଅନୁସାରେ ପାଳିତ ହୋଇଆସୁଛି ।

ତେବେ କଳାହାଣ୍ଡି ଜିଲ୍ଲାର ଅନେକ ଅଞ୍ଚଳରେ ଏହା ଭାଦ୍ରବ ଶୁକ୍ଳ ଦଶମୀ ତିଥିରେ ପାଳନ କରାଯାଇଥାଏ।

ପୂର୍ବାଞ୍ଚଳରେ ଏହା ଆଶ୍ୱିନ ମାସର ମହାଳୟା ତିଥି ଭିତରେ ସମ୍ପନ୍ନ ହେବାର ବିଧାନ ରହିଛି। କାରଣ ଏହି ନବାନ୍ନ ପିତୃପୁରୁଷଙ୍କ ପିଣ୍ଡଦାନରେ ବ୍ୟବହୃତ ହୋଇଥାଏ। ଓଡ଼ିଶାର ସାଂସ୍କୃତିକ ପରମ୍ପରାରେ ଅପରପକ୍ଷ (ମହାଳୟା) ପରଠାରୁ ଶ୍ରାଦ୍ଧ ଦେବାର ବ୍ୟବସ୍ଥା ଅଛି।

ଅଧିକ ପଢ଼ନ୍ତୁ: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ସବୁଠି ଉତ୍ସାହ

Nuakhai Celebration Nuakhai Nuakhai Festival
Advertisment
Advertisment