Advertisment

ରାଜ୍ୟର ବିଭିନ୍ନ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପାଳିତ

କଟକ ବାରବାଟୀ ଷ୍ଟାଡିୟମରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ଅଦ୍ୟତନ ହୋଇଛି
Republic Day

Republic Day

Advertisment

ଜାନୁଆରୀ ୨୬ ତାରିଖକୁ ସାରା ଭାରତ ବର୍ଷ ସାଧାରଣତନ୍ତ୍ର ଦିବସ ଭାବେ ପାଳନ କରିଥାଏ। ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇଥିଲା।  ଭାରତ ଏକ ସାର୍ବଭୌମତ୍ୱ ଗଣତନ୍ତ୍ର ରାଷ୍ଟ୍ର ରୂପେ ପରିଗଣିତ ହେବାସହ ଏହିଦିନ ଲିଖିତ ସାମ୍ବିଧାନିକ ବ୍ୟବସ୍ଥାର କାର୍ଯ୍ୟକାରୀ ହୋଇଥିଲା। ଏହି ଦିନକୁ ସମ୍ମାନ ଜଣାଇ ସାଧାରଣତନ୍ତ୍ର ଦିବସ ପାଳନ କରାଯାଏ।

Advertisment

କଟକ ବାରବାଟୀ ଷ୍ଟାଡିୟମରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସମାରୋହରେ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ ଓ ଡିସିପି ପ୍ରତୀକ ସିଂ ମଧ୍ୟ ଯୋଗ ଦେଇଥିଲେ। ଏହି ଅବସରଗରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ୩୫ ଜଣଙ୍କୁ ସମ୍ମାନିତ କରାଯାଇଥିଲା।   

ସେହିପରି ବାଲେଶ୍ୱରରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମନ୍ତ୍ରୀ ଅଶୋକ କୁମାର ପଣ୍ଡା ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଆୟୋଜିତ ପରେଡରେ ଜିଲ୍ଲା ପୋଲିସର ୨ଟି କଣ୍ଟିଜେଣ୍ଟ ସହ ପୋଲିସ ବ୍ୟାଣ୍ଡ୍‌ ପାର୍ଟି ସାମିଲ ହୋଇଥିଲେ। କୋଭିଡ ସମୟରେ ଉଲ୍ଲେଖନୀୟ ସେବା ପାଇଁ ୨୭ ଜଣ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।  

Advertisment

ରାଉରକେଲା ଉଦିତ ନଗର ପଡ଼ି‌ଆରେ ୭୩ତମ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି। ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସୁରେଶ ଚନ୍ଦ୍ର ଦଳାଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଖଲ୍ଲିକୋଟ କଲେଜ ପ଼ଡିଆରେ ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଟି. ଅପାଙ୍ଗ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ।  

ଭଦ୍ରକରେ ମଧ୍ୟ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଜିଲ୍ଲାପାଳ ତ୍ରିଲୋଚନ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବଲାଙ୍ଗିରରେ ୭୩ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଛି। ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡର ଅଭିବାଦନ ଗ୍ରହଣ କରିଥିଲେ। 

Advertisment

କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ ପତାକା ଉତ୍ତୋଳନ କରିଥିଲେ। କୋରାପୁଟ ଜିଲ୍ଲା ଜୟପୁର ସହରରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି।  କୋରାପୁଟ ଜିଲ୍ଲାପାଳ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳୀତ ପରେଡର ଅଭିବାଦନ ଗ୍ରହଣ କରିଥିଲେ।  

Republic Day
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ