• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆଜି ହେଉଛି ଉତ୍କଳ ଦିବସ । ଖଣ୍ଡ ବିଖଣ୍ଡିତ ହୋଇ ରହିଥିବା ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଏକତ୍ର କରି ୧୯୩୬ ମସିହାର ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ପ୍ରଦେଶ । ଜନ୍ମ ନେଇଥିଲା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ । ବହୁ ଦିନ ଦିନର ସଂଗ୍ରାମ, ଉଦ୍ୟମ ଓ ବହୁ ପରିଶ୍ରମ ପରେ ୮୮ ବର୍ଷ ତଳେ ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ।

ଜନ୍ମ ନେଇଥିଲା ଆଧୁନିକ ଓଡ଼ିଶା । ତା’ ଆଗରୁ ଓଡିଆ ଭାଷାଭାଷୀ ଅଞ୍ଚଳର ସ୍ୱତନ୍ତ୍ର ରାଜନୈତିକ ପରିଚୟ ନ ଥିଲା କହିଲେ ଚଳେ । ବିଭିନ୍ନ ଅଞ୍ଚଳ ବ୍ରିଟିଶ ଅମଳର ବିଭିନ୍ନ ପ୍ରେସିଡେନସିରେ ମିଶି କରି ରହିଥିଲା । ଦକ୍ଷିଣ ଓଡିଶାର ବହୁ ଅଞ୍ଚଳ ସେତେବେଳର ମାଡ୍ରାସ ପ୍ରେସିଡେନସିରେ ମିଶି କରି କହିଥିବା ବେଳେ ଉତ୍ତର ଓଡ଼ିଶାର ଅନେକ ସ୍ଥାନ ବିହାର ଓ କୋଲକାତା ସହିତ ମିଶିଥିଲା ।

ଅଧିକ ପଢ଼ନ୍ତୁ: ଉତ୍କଳ ଦିବସ, ଜାଣନ୍ତୁ କ’ଣ ରହିଛି ଏହା ପଛର ଇତିହାସ...

ପଶ୍ଚିମରେ ମଧ୍ୟ ସେହିଭଳି ସ୍ଥିତି ଥିଲା । ଓଡ଼ିଶାର ସ୍ୱାଭିମାନ, ଅସ୍ମିତା ଭୂଲୁଣ୍ଠିତ ହୋଇଥିଲା । ସେହି ସମୟରେ ମଧୂସୂଦନ ଦାସ, ଗୋପବନ୍ଧୁ ଦାସ, କୃଷ୍ଣଚନ୍ଦ୍ର ଗଜପତି, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେର ପରି ବହୁ ବରପୁତ୍ର ମଧ୍ୟ ସବୁ ଓଡ଼ିଆ ଭାଷାଭାଷୀ ଅଞ୍ଚଳକୁ ଏକାଠି କରିବାକୁ ସଂଗ୍ରାମ କରିଥିଲେ ।

ସେମାନଙ୍କର ଉଦ୍ୟମ ଫଳବତୀ ହୋଇଥିଲା ୧୯୩୬ ଏପ୍ରିଲ ପହିଲାରେ । ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ । ରାଜ୍ୟ ପାଳୁଛି ୮୯ ତମ ଉତ୍କଳ ଦିବସ । ରାଜ୍ୟ ଗଠନରେ ଯୋଗଦାନ ଦେଇଥିବା ବରପୁତ୍ରଙ୍କୁ ଆଜିର ଦିନରେ ସମସ୍ତ ଓଡ଼ିଶାବାସୀ ସ୍ମରଣ କରୁଛନ୍ତି । ଏହି ଅବସରରେ ପୁରୀ ବେଳାଭୂମିରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବନ୍ଦେ ଉତ୍କଳ ଜନନୀ ବାଲୁକା କଳା ନିର୍ମାଣ କରିଛନ୍ତି ।

ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ବାଲୁକା କଳାକୃତିକୁ ନିର୍ମାଣ ପାଇଁ ଛଅ ଟନ୍ ବାଲି ବ୍ୟବହୃତ ହୋଇଥିଲା ।ଏହି କଳା କୃତିରେ ଉତ୍କଳର କଳାକୃତି ବେଶ୍ ଆକର୍ଷଣୀୟ ହୋଇଥିଲା । ଏହି କଳାକୃତିକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଜମିଥିଲା । ଅନ୍ୟପଟେ ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶା ଏହାର ପ୍ରାକୃତିକ ପ୍ରାଚୁର୍ଯ୍ୟ ଓ ସାଂସ୍କୃତିକ ଐତିହ୍ୟ ପାଇଁ ପରିଚିତ ବୋଲି ଲେଖିଛନ୍ତି ରାଷ୍ଟ୍ରପତି । ଏହାସହ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ସେ ରାଜ୍ୟର ପ୍ରଗତି କାମନା କରିଛନ୍ତି ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରର ପ୍ରଗତିରେ ଓଡ଼ିଶାର ଉଲ୍ଲେଖନୀୟ ଯୋଗଦାନ ରହିଛି ବୋଲି ଲେଖିବା ସହ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉତ୍କଳ ଦିବସ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ଅଧିକ ପଢ଼ନ୍ତୁ: ୮୮ ବର୍ଷ ତଳେ ଓଡ଼ିଶାକୁ ମିଳିଥିଲା ଭାଷାଭିତିକ ରାଜ୍ୟ ମାନ୍ୟତା...