• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ । ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନୀତ ଅତିଥି ଭାବେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏଥର ପରେଡର ନେତୃତ୍ୱ ନେଇଛନ୍ତି IPS ଅଫିସର ଏ.ବି. ଶିଳ୍ପା ।

ପରେଡ଼ରେ ମୋଟ ୬୪ କଣ୍ଟିଜେଣ୍ଟ ଭାଗ ନେଇଛନ୍ତି । ITBP, CRPF, BSF, FIRE, ODRAF, ଓଡିଶା ହୋମ୍ ଗାର୍ଡ, RPF, SAINIK SCHOOL ପୋଲିସ ବ୍ୟାଣ୍ଡ ସମତେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ପରେଡ଼ରେ ସାମିଲ ହୋଇଛନ୍ତି । ତା’ସହ ୪ଟି ସାଂସ୍କୃତିକ ଦଳ, ସ୍କେଟିଂ, ଡେୟାର ଡେଭିଲ୍ସ ବି ପରେଡ଼ରେ ସାମିଲ ହୋଇଛନ୍ତି ।

ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିଛି ସମ୍ପୂର୍ଣ୍ଣ ଗାନ୍ଧି ମାର୍ଗ । ସୁରକ୍ଷା ଦାୟିତ୍ୱରେ ବିଭିନ୍ନ ରାଙ୍କର ୧୬୦ ଅଫିସର, ୩୦୦ କନେଷ୍ଟବଳ, ୯୦ସେକ୍ସନ ଫୋର୍ସ ଏବଂ ୧୫୦ ହୋମ ଗାର୍ଡ ଅଛନ୍ତି । ସେହିଭଳି QRT, ATS , ବମ୍ ଡିସ୍ପୋଜାଲ ସହ କାନାଇନ ସ୍କ୍ବାର୍ଡ ମଧ୍ୟ ମୁତୟନ ହୋଇଛନ୍ତି । ସେହିଭଳି ରାଜ୍ୟର ନକ୍ସଲ ପ୍ରଭାବିତ ଜିଲ୍ଲାଗୁଡିକରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

  • Reported by:
  • BIBARTAN PANDA