Advertisment

ଆଜିଠୁ ମାଣବସା ଗୁରୁବାର

ମାଣବସା ଗୁରୁବାର ଓଷା ଓଡ଼ିଶାର ଏକ କୃଷିପ୍ରଧାନ ପର୍ବ। ଏହାକୁ ଖୁବ ନୀତି ନିୟମରେ ପାଳନ କରାଯାଏ। ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ପୂଜା କରାଯାଏ। ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି। ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ। ତେବେ ଆସନ୍ତୁ ଜାଣିବା ଏହାର ବିଧି ବିଧାନ।

ଅଦ୍ୟତନ ହୋଇଛି
Odisha’s Margasira Manabasa Gurubar Osha

Odisha’s agricultural festival Manabasa Osha

Advertisment

ଓଡ଼ିଶା ଏକ କୃଷି ପ୍ରଧାନ ଦେଶ। ଏଠାରେ ପାଳନ ହେଉଥିବା ସବୁ ପର୍ବପର୍ବାଣୀ ମଧ୍ୟ କୌଣସି ନା କୌଣସି ପ୍ରକାରେ କୃଷି ସହିତ ଜଡିତ ହୋଇଥାଏ। ମାଣବସା ଗୁରୁବାର ଓଷା ସେହି ମଧ୍ୟରୁ ଗୋଟିଏ। ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ପୂଜା କରାଯାଏ। ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି। ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ। ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ।

Advertisment

ଅଧିକ ପଢ଼ନ୍ତୁ: କାହିଁକି ଓଡ଼ିଆ ଘରର ବୋହୂ ପାଳେ ମାଣବସା ଗୁରୁବାର ?

ଏହି ଓଷାକୁ ଓଡ଼ିଶା ର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି। ମାର୍ଗଶିର ମାସରେ ପୂଜା ଘରକୁ ଧାନ ମେଣ୍ଟି ବା "ଧାନବେଣୀ"ରେ ସଜାଯାଇଥାଏ। ଧାନକେଣ୍ଡାକୁ ଗୁନ୍ଥି ଏହି ବେଣୀ ତିଆରି କରାଯାଏ।

ନାମ ପଛର କାହାଣୀ:

ମାଣ ବସାଇବାରୁ "ମାଣବସା" ନାମ ଆସିଛି। ଚାଉଳ ଆଦି ଶସ୍ୟ ମାପିବା ପାଇଁ ମାଣ ବ୍ୟବହାର ହୋଇଥାଏ। ଏହି ଓଷାରେ ଧାନମାଣ ବସାଇ ତାହାକୁ ପୂଜା କରାଯାଉଥିବାରୁ ଓଷାଟି ମାଣବସା ନାମରେ ଜଣା।

Advertisment

ଆଦିବାସୀ ସମାଜରେ ମାଣବସା:

ଏହି ପର୍ବ ଓଡ଼ିଶାର ବିଭିନ୍ନ ଆଦିବାସୀ ସମାଜରେ ମଧ୍ୟ ପାଳିତ ହୋଇଥାଏ। ସାନ୍ତାଳମାନେ "ଇରୁ ମାମଣେ", ଭୂୟାଁମାନେ "ମଗୁଶୀର ଗୁରୁବାର ହଲବା" ଆଦି ନାମରେ ଲକ୍ଷ୍ମୀ ପୂଜା କରିଥାନ୍ତି। ଏହି ସମୟରେ ସନ୍ତାନସନ୍ତତି ନଥିବା ନାରୀମାନେ ସନ୍ତାନ ଆଶାରେ କାଞ୍ଜି ଅଁଳା ବା"ଶୁଖୁଆ ବୋହୁ" ବା "ଷଠି ଓଷା" ମଧ୍ୟ କରିଥାନ୍ତି।

ବିଧି:

ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ। ଚାଷୀ ଧାନ ଅମଳ କରି ଘରକୁ ଆଣିବା ଆଗରୁ ତା'ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ଏଥିରେ ବେଣୀ ବାନ୍ଧି ମେଣ୍ଟି ବା ମେଣ୍ଟା ପ୍ରସ୍ତୁତ କରିଥାଏ। ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ। ଅମଳ ପରେ ଖଳାରେ ଥିବା ଧାନ ଗଦାକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ।

Advertisment
Odisha’s agricultural festival Manabasa Osha(ମାଣବସା ନେଇ ଧାନ ମେଣ୍ଟି ବିକ୍ରି)

ମାଣବସା ଗୁରୁବାର ଓଷା ପୂର୍ବ ରାତିରେ ଗୃହିଣୀମାନେ ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି। ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି। ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ। ସେଥିରେ କଉଡିକୁ ଆଖିଭାବେ ବ୍ୟବବାର କରି ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ। ଏହାକୁ ଏକ ନବ ବଧୂର ରୂପେ ସଜାଯାଏ।

ଭୋଗ:

ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ। ଲକ୍ଷ୍ମୀଙ୍କ ପାଖରେ ପିଠାପଣା ଓ ଫଳମୂଳ ଭୋଗ (କଦଳୀ, ଛେନା, ନଡ଼ିଆ, ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲଗାଯାଏ। ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ। ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ମା’ଙ୍କ ପାଖରେ ଲାଗି କରାଯାଇଥାଏ। ଲକ୍ଷ୍ମୀଙ୍କୁ ବାଳଭୋଗରେ ଛେନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ। ମଧ୍ୟାହ୍ନରେ ଶଙ୍କୁଡ଼ି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା, ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ। ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି। ଏହାକୁ ପରିବାର ଛଡ଼ା ଅନ୍ୟ କାହାକୁ ନ ଦେବାର ନିୟମ ଅଛି।

Odisha’s agricultural festival Manabasa Osha(ମାଣବସା ଝୋଟି ତିଆରିରେ ମଗ୍ନ ଓଡିଆ ଘରର ବୋହୂ)

ଗୋଧୂଳି ସମୟରେ ସନ୍ଧ୍ୟା ଧୂପରେ ଆଉଥରେ ବାଳଧୂପ ପରି ଭୋଗ ଲଗାଯାଇ ସଂଧ୍ୟା ପୂଜା କରାଯାଏ। ୨ୟ ଗୁରୁବାରରେ ଚିତଉପିଠା, ଦହିକାଲୁଆ, ୩ୟରେ ଖେଚୁଡ଼ି-ଡାଲମା ଏବଂ ୪ର୍ଥରେ ମଣ୍ଡା ପିଠା ଭୋଗ ଲାଗି ହୋଇଥାଏ।

ମାର୍ଗଶିର ମାସର ଶେଷ ଗୁରୁବାର ବ୍ରତ ସାରି ଉଜୁଆ ଯାଏ। ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ। ପୂଜାର ଅନ୍ୟ ସମସ୍ତ ସଜକୁ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ। ପରେ ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ।

Manabasa Gurubara
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ