ଆଜି ବିଶ୍ବବିନ୍ଧାଣୀ ବିଶ୍ବକର୍ମାଙ୍କ ପୂଜା; ଚଳଚଞ୍ଚଳ ବନ୍ଦର ନଗରୀ ପାରାଦୀପ...

ସାରା ରାଜ୍ୟରେ ଦେବ ଶିଳ୍ପୀ ବିଶ୍ବକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳୁଛି । ଚଳଚଞ୍ଚଳ ବନ୍ଦର ନଗରୀ ପାରାଦୀପ ।

Vishwakarma Puja 2024

ଆଜି ବିଶ୍ବବିନ୍ଧାଣୀ ବିଶ୍ବକର୍ମାଙ୍କ ପୂଜା । ସାରା ରାଜ୍ୟରେ ଦେବ ଶିଳ୍ପୀ ବିଶ୍ବକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳୁଛି । ଚଳଚଞ୍ଚଳ ବନ୍ଦର ନଗରୀ ପାରାଦୀପ । ଛୋଟବଡ ପ୍ରାୟ ୩୦ଟି ମଣ୍ଡପରେ ପୂଜା ଆୟୋଜନ ହେଉଥିବା ବେଳେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । 

ସେହିଭଳି ଅନୁଗୁଳ ନାଲକୋନଗରରେ ବେଶ ଧୁମଧାମରେ ପାଳନ ହେଉଛି ବିଶ୍ବକର୍ମା ପୂଜା । ଚଳିତ ବର୍ଷ ନାଲକୋ ନଗରରେ ୧୯ଟି ପୂଜା ମଣ୍ଡପରେ କରାଯିବ ଦେବଶିଳ୍ପୀଙ୍କ ଆବାହନ । କେଉଁଠି ସାମ୍ପ୍ରତିକ ଘଟଣାବଳୀକୁ ନେଇ ତ ଆଉ କେଉଁଠି ପୌରାଣିକ କଥାବସ୍ତୁକୁ ନେଇ ହୋଇଛି ମୂର୍ତ୍ତି ନିର୍ମାଣ। ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ପୂଜା ପାଉଛନ୍ତି ଦେବ ଶିଳ୍ପୀ ବିଶ୍ବକର୍ମା ।