ଶୂନ୍ୟ ପହଣ୍ଡିରେ ଆସିଲେ ଦେବୀ ସୁଭଦ୍ରା

ଯାତ୍ରା ପାଇଁ ଆସିଲେ ମାଆ। ମଙ୍ଗଳାର୍ପଣ ହେବା ପରେ ପରେ ଆରମ୍ଭ ହୋଇଯାଇଛି ପହଣ୍ଡି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛନ୍ତି ବଡ଼ଦାଣ୍ଡକୁ। ଏପଟେ ଚାମର ପଡ଼ୁଛି, ଆଲଟ ହେଉଛି ତାହା ସାଙ୍ଗକୁ ବିଜେ କାହାଳୀ ବି ବାଜୁଛି। ଦେବୀ ସାଙ୍ଗରେ ହଳଦୀ ରଙ୍ଗର ଛତା ବି ଆସୁଛି । ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂଢ଼ ହୋଇସାରିଲେଣି। ପରେ ଆଗରେ ଚାଲିଛନ୍ତି ଶ୍ରୀବଳଭଦ୍ର ଏହାପଛକୁ ଦେବୀ ସୁଭଦ୍ରାଙ୍କର ଚାଲିଛି ପହଣ୍ଡି।

ସୁଭଦ୍ରାଙ୍କର ଚାଲିଛି ପହଣ୍ଡି(ଫାଇଲ ଫଟୋ)

News Summary

ସୁଭଦ୍ରାଙ୍କର ଚାଲିଛି ପହଣ୍ଡି

ଶୂନ୍ୟ ପହଣ୍ଡି ହେଉଛନ୍ତି ଦେବୀ

ଆଗେ ଆଗେ ଯାଉଛନ୍ତି ବଡ଼ଭାଇ

ପଛେ ଆସୁଛନ୍ତି କାଳିଆ ଗୋସାଇଁ

ପୁରୀ: ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ଶୂନ୍ୟ ପହଣ୍ଡିରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ମାଆ ଜଗତ୍‌ଜନନୀ। ସାତ ପାହାଚରେ ପହଞ୍ଚିବା ପରେ ଦେବୀଙ୍କୁ ତୁଳସୀ ଲାଗି ଲାଗି କରାଯାଇଛି। ପରେ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହୋଇଛନ୍ତି ଦେବୀ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ମଙ୍ଗଳାର୍ପଣ ସରି ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଆସିଲେ ମାଆ। ମଙ୍ଗଳାର୍ପଣ ହେବା ପରେ ପରେ ଆରମ୍ଭ ହୋଇଯାଇଛି ପହଣ୍ଡି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛନ୍ତି ବଡ଼ଦାଣ୍ଡକୁ। ଏପଟେ ଚାମର ପଡ଼ୁଛି, ଆଲଟ ହେଉଛି ତାହା ସାଙ୍ଗକୁ ବିଜେ କାହାଳୀ ବି ବାଜୁଛି। ଦେବୀ ସାଙ୍ଗରେ ହଳଦୀ ରଙ୍ଗର ଛତା ବି ଆସୁଛି । ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂଢ଼ ହୋଇସାରିଲେଣି। ପରେ ଆଗରେ ଚାଲିଛନ୍ତି ଶ୍ରୀବଳଭଦ୍ର ଏହାପଛକୁ ଦେବୀ ସୁଭଦ୍ରାଙ୍କର ଚାଲିଛି ପହଣ୍ଡି।

ପରେ ପରେ ସଭା ଶେଷରେ କାଳିଆ ହାତୀ ପହଣ୍ଡିରେ ଆସିଛି। ସାତ ପାହାଚ ନିକଟରେ ଦୁଇ ଭାଇଙ୍କୁ ଟାହିଆ ଲାଗି ହେବାର ପରମ୍ପରା ରହିଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଛି। ଏଠାରେ କହିରଖୁଛୁ ଯେ, ଶ୍ରୀ ସୁଦର୍ଶନଙ୍କର ଶୂନ୍ୟ ପହଣ୍ଡି ହେଉଥିବା ବେଳେ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ବଡ଼ଦାଣ୍ଡଙ୍କୁ ଆସୁଛନ୍ତି ଏବଂ ଜଗତଜନନୀ ମାଆ ସୁଭଦ୍ର ଦଇତାଙ୍କ କାନ୍ଧରେ ଶୂନ୍ୟ ପହଣ୍ଡି ହୋଇଛନ୍ତି।