Advertisment

ପଡ଼ୁଛି ଆଲଟ, ଚାମର: ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛି କାଳିଆ ସାଆନ୍ତ

ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥଙ୍କୁ ଟାହିଆ ଲାଗି କରାଯାଇଛି। ପରେ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେବେ ଶ୍ରୀ ଜଗନ୍ନାଥ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ମଙ୍ଗଳାର୍ପଣ ସରି ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଆସିଲେ ଶ୍ରୀ ଜଗନ୍ନାଥ ମହାପ୍ରଭୁ

author-image
Sarbeswar
ଅଦ୍ୟତନ ହୋଇଛି
ପଡ଼ୁଛି ଆଲଟ, ଚାମର: ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛି କାଳିଆ ସାଆନ୍ତ

Jagannth Pahandi

ପୁରୀ: ଶ୍ରୀଜିଉଙ୍କର ପହଣ୍ଡି ଆରମ୍ଭ ହୋଇସାରିଛି। ଅପେକ୍ଷାର ଅନ୍ତ ହୋଇଛି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ସାତ ପାହାଚରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥଙ୍କୁ ଟାହିଆ ଲାଗି କରାଯାଇଛି। ପରେ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେବେ ଶ୍ରୀ ଜଗନ୍ନାଥ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ମଙ୍ଗଳାର୍ପଣ ସରି ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଆସିଲେ ଶ୍ରୀ ଜଗନ୍ନାଥ ମହାପ୍ରଭୁ। ମଙ୍ଗଳାର୍ପଣ ହେବା ପରେ ପରେ ଆରମ୍ଭ ହୋଇଯାଇଛି ପହଣ୍ଡି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସୁଛନ୍ତି ବଡ଼ଦାଣ୍ଡକୁ। ଏପଟେ ଚାମର ପଡ଼ୁଛି, ଆଲଟ ହେଉଛି ତାହା ସାଙ୍ଗକୁ ବିଜେ କାହାଳୀ ବି ବାଜୁଛି। ଠାକୁରଙ୍କ ସାଙ୍ଗେ ଆସୁଛି ଧଳା ଛତ୍ର। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂଢ଼ ହୋଇସାରିଲେଣି। ପରେ ଆଗରେ ଚାଲିଛନ୍ତି ଶ୍ରୀବଳଭଦ୍ର ଏହାପଛକୁ ଦେବୀ ସୁଭଦ୍ରାଙ୍କର ଚାଲିଛି ପହଣ୍ଡି।

Advertisment

ଦେଖନ୍ତୁ ପୁରୀ ଜଗନ୍ନାଥ ରଥଯାତ୍ରାର ସିଧା ପ୍ରସାରଣ

ପରେ ପରେ ସଭା ଶେଷରେ କାଳିଆ ହାତୀ ପହଣ୍ଡିରେ ଆସିଛି। ସାତ ପାହାଚ ନିକଟରେ ଦୁଇ ଭାଇଙ୍କୁ ଟାହିଆ ଲାଗି ହେବାର ପରମ୍ପରା ରହିଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଛି। ଏଠାରେ କହିରଖୁଛୁ ଯେ, ଶ୍ରୀ ସୁଦର୍ଶନଙ୍କର ଶୂନ୍ୟ ପହଣ୍ଡି ହେଉଥିବା ବେଳେ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ବଡ଼ଦାଣ୍ଡଙ୍କୁ ଆସୁଛନ୍ତି ଏବଂ ଜଗତଜନନୀ ମାଆ ସୁଭଦ୍ର ଦଇତାଙ୍କ କାନ୍ଧରେ ଶୂନ୍ୟ ପହଣ୍ଡି ହୋଇଛନ୍ତି।

Advertisment
Odisha Puri Ratha Jatra Puri Ratha Jatra 2021
Advertisment
Advertisment