Advertisment

ଆଜି ପଣା ସଂକ୍ରାନ୍ତି ତଥା ଓଡ଼ିଆ ନୂଆ ବର୍ଷ

ଆଜି ପଣା ସଂକ୍ରାନ୍ତି ଅବସରରେ ପ୍ରତିଟି ଓଡ଼ିଆଙ୍କ ଘରେ ବିଭିନ୍ନ ପଣା ପ୍ରସ୍ତୁତ କରାଯାଇଥାଏ । ବୃନ୍ଦାବତୀ ମୂଳରେ ପଣା ପୂଜା କରାଯାଏ ।

author-image
Manoranjan Behera
ଅଦ୍ୟତନ ହୋଇଛି
Pana Sankranti 2023

Pana Sankranti

ଆଜି ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ । ଓଡ଼ିଆମାନେ ଆଜିର ଦିନକୁ ନୂଆ ବର୍ଷ ଭାବେ ପାଳନ କରନ୍ତି । ଏହାକୁ ମହାବିଷୁବ ସଂକ୍ରାନ୍ତି ମଧ୍ୟ କୁହାଯାଏ । ପାଞ୍ଜି ଗଣନାରେ ବିଷୁବ ସଂକ୍ରାନ୍ତିର ବିଶେଷତ୍ୱ ହେଲା, ଏହିଦିନ ସୂର୍ଯ୍ୟ ଖଗୋଳ ପଥରେ ଯେଉଁ କଳ୍ପିତ ବିନ୍ଦୁରେ ପହଞ୍ଚନ୍ତି, ତାହା ପୃଥିବୀର ଠିକ୍ ମଧ୍ୟଭାଗରେ ଥିବା ବିଷୁବ ରେଖା ଉପରେ ଅବସ୍ଥିତ ।

Advertisment

ଆଜି ପଣା ସଂକ୍ରାନ୍ତି ଅବସରରେ ପ୍ରତିଟି ଓଡ଼ିଆଙ୍କ ଘରେ ବିଭିନ୍ନ ପଣା ପ୍ରସ୍ତୁତ କରାଯାଇଥାଏ । ବୃନ୍ଦାବତୀ ମୂଳରେ ପଣା ପୂଜା କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ ।

ଅଧିକ ପଢ଼ନ୍ତୁ: ମହାବିଷୁବ ସଂକ୍ରାନ୍ତିରେ କାହିଁକି ବଣ୍ଟାଯାଏ ପଣା...ଜାଣନ୍ତୁ କାରଣ

ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ  ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ । 

Advertisment

ଆଜି ଆଉ ଏକ ପବିତ୍ର ଦିନ, ମହାବୀର ହନୁମାନଙ୍କ ଜୟନ୍ତୀ। ବୀର ବଜରଙ୍ଗଙ୍କ ଜନ୍ମତ୍ସୋବ ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପ୍ରଭୁ ହନୁମାନଙ୍କ ଦର୍ଶନ ପାଇଁ ମନ୍ଦିରମାନଙ୍କରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି।

ଓଡ଼ିଆଙ୍କୁ ଓଡ଼ିଆ ନବବର୍ଷର ଅଭିନନ୍ଦନ ଜଣାଇବା ନିମନ୍ତେ ପୁରୀ ବେଳାଭୂମିରେ ଆନ୍ତର୍ଜାତିକ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଗଢିଛନ୍ତି ଆକର୍ଷଣୀୟ ବାଲୁକା କଳାକୃତି । ୫ ଟନ୍ ବାଲିରେ ତିଆରି ହୋଇଛି ମହାବୀର ହନୁମାନଙ୍କ ବିଶାଳ କଳାକୃତି । ବାଲୁକା କଳାକୃତି  ଜରିଆରେ ସୁଦର୍ଶନ ପଟ୍ଟନାୟକ ଓଡିଆଙ୍କୁ ଓଡ଼ିଆ ନବ ବର୍ଷର ଅଭିନନ୍ଦନ ଜଣାଇଛନ୍ତି ।

Pana Sankranti Maha Vishuba Sankranti Odia New Year
Advertisment
Advertisment