Advertisment

ଆଜିଠୁ ପଞ୍ଚୁକ ଆରମ୍ଭ,୫ ଦିନରେ ଦାରୁ ଦେବତାଙ୍କର ହେବ ୫ ବେଶ

ଆଜି ବଡ଼ଏକାଦଶୀରେ ଲକ୍ଷ୍ମୀନାରାୟଣ ବେଶ….ପଞ୍ଚୁକ ପାଞ୍ଚ ଦିନ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା....ବରିଷ୍ଠ ଓ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ନିୟୋଜିତ ଅଛନ୍ତି ସ୍ୱେଚ୍ଛାସେବୀ...

ଅଦ୍ୟତନ ହୋଇଛି
Panchuka Brata 2023

Panchuka

Advertisment

ଆଜିଠୁ ଆରମ୍ଭ ହେଉଛି ପଞ୍ଚୁକ। ଯେଉଁ ମାନେ ମାସକ ଯାକ କାର୍ତ୍ତିକ ବ୍ରତ କରି ନଥାନ୍ତି ସେହିମାନେ ଏହି ପଞ୍ଚୁକ ପାଞ୍ଚଦିନ ନିଷ୍ଠାର ସହ ବ୍ରତ ପାଳନ କଲେ ସମପରିମାଣର ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି | ପଞ୍ଚୁକ ପାଞ୍ଚ ଦିନରେ ଦାରୁ ଦେବତାଙ୍କର ୫ ଟି ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି। ପଞ୍ଚୁକର ପ୍ରଥମ ଦିନ ଅର୍ଥାତ୍ ଆଜି ବଡ଼ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ।

Advertisment

ଅବକାଶ ନୀତି ପରେ ପାଟବସ୍ତ୍ର, ସ୍ୱର୍ଣ୍ଣ ଅଳଙ୍କାର ଓ ପୁଷ୍ପମାଲ୍ୟ ପରିଧାନ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ସେହିପରି ଦ୍ୱାଦଶୀରେ ବାଙ୍କଚୁଡ଼, ତ୍ରୟୋଦଶୀରେ ତ୍ରିବିକ୍ରମ ବେଶ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀ ନୃସିଂହ ବେଶ ଓ ପୂର୍ଣ୍ଣିମୀରେ ରାଜରାଜେଶ୍ୱରୀ ବେଶ ବା ସୁନାବେଶ ଅନୁଷ୍ଠିତ ହେବ । ପଞ୍ଚୁକ ପାଞ୍ଚ ଦିନ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ଶ୍ରୀମନ୍ଦିର ପ୍ରଶାସନ । ଶୃଙ୍ଖଳିତ ଦର୍ଶନ ପାଇଁ ମରିଚକୋଟ ଛକ ଯାଏଁ ବ୍ୟାରିକେଟ ବଢାଯାଇଛି ।

ବରିଷ୍ଠ ଏବଂ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ୩ ସିଫ୍ଟରେ ସ୍ୱେଚ୍ଛାସେବୀ ନିୟୋଜିତ ହେବେ। ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମରିଚିକୋଟ ଛକଠାରୁ ସିଂହଦ୍ୱାର ଆଡକୁ କୌଣସି ଗାଡ଼ି ଛଡାଯିବ ନାହିଁ। କେବଳ ଭକ୍ତ ଏବଂ ଜନସାଧାରଣ ପାଦରେ ଚାଲି ଚାଲି ଯିବେ।

Advertisment

ଅନ୍ୟପଟେ ଆଜି ପହିଲି ପଞ୍ଚୁକ ଥିବାବେଳେ ଆସନ୍ତା ଶନିବାର ବଡ଼ ଓଷା। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ। ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦଯାପନ କରିଥାନ୍ତି।

ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି ପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ପହିଲି ପଞ୍ଚୁକରେ ବାବାଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ