Advertisment

Lingaraj Temple: ଲିଙ୍ଗରାଜଙ୍କ ଜାଗର ନୀତି ନିର୍ଘଣ୍ଟ; ରାତି ୧୦ଟା ମହାଦୀପ ଦର୍ଶନ

ରାତି ୧୦ଟାରେ ଉଠିବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ। ଗତକାଲି ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି ଚୂଡ଼ାନ୍ତ ନିଷ୍ପତ୍ତି ହୋଇଛି।

ଅଦ୍ୟତନ ହୋଇଛି
Lingaraj Temple Jagara 2025 Timing

Lingaraj Temple

Advertisment

ଆସନ୍ତା ୨୬ ତାରିଖରେ ମହାଶିବରାତ୍ରି। ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ସମସ୍ତ ନିର୍ଦ୍ଧାରିତ ନୀତିକାନ୍ତିକୁ ଠିକ୍ ସମୟରେ ସୂଚାରୁ ରୂପେ କିପରି ସମ୍ପାଦନ କରାଯିବ, ସେନେଇ ନିଷ୍ପତ୍ତି ହୋଇଛି।

Advertisment

ଅଧିକ ପଢ଼ନ୍ତୁ: ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ

ରାତି ୧୦ଟାରେ ଉଠିବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ। ଗତକାଲି ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି ଚୂଡ଼ାନ୍ତ ନିଷ୍ପତ୍ତି ହୋଇଛି। କମିଶନରେଟ ପୋଲିସ ପକ୍ଷରୁ କରାଯାଇଥିବା ଏହି ସମନ୍ୱୟ ବୈଠକରେ ଜାଗର ସହ ମହାଦୀପ ଉଠିବା ପାଇଁ ନୀତିକାନ୍ତ ଧାର୍ଯ୍ୟ କରାଯିବା ସହ ଆନୁସଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଛି।

ସମସ୍ତ ନୀତିକାନ୍ତି ଯେପରି ସୂଚାରୁ ରୂପେ ସଂପନ୍ନ ହେବ ଏବଂ ଭକ୍ତ ଯେଭଳି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ଓ ଦୀପ ଜାଳିବେ, ସେନେଇ ବହୁ ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ସୁପରିଚାଳନା ପାଇଁ ୩୫ ପ୍ଲାଟୁନ ପୋଲିସ ଫୋର୍ସ ଓ ୨ଶହରୁ ଅଧିକ ପୋଲିସ ଅଧିକାରୀ ନିଯୁକ୍ତ ହେବେ ବୋଲି ପୋଲିସ କମିଶନର କହିଛନ୍ତି।

Advertisment

ଟ୍ରାଫିକ ନିୟନ୍ତ୍ର ପାଇଁ ବି ରହିବ ସ୍ୱତନ୍ତ୍ର ବ୍ୟବସ୍ଥା। ସୁରୁଖୁରୁରେ ଯେପରି ଜାଗର ନୀତି ସମ୍ପନ୍ନ ହେବ, ସେନେଇ ସମସ୍ତ ନିଯୋଗ ଏବଂ ସେବାୟତଙ୍କୁ ନିବେଦନ କରିଛନ୍ତି ବିଜେପି ବିଧାୟକ ବାବୁ ସିଂ।

ଅଧିକ ପଢ଼ନ୍ତୁ: ରାସ୍ତାରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିଲେ ଛାତ୍ରୀ; ତା’ପରେ...

Bhubaneswar Lingaraj Temple Jagara Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ