• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ ପଦ୍ମ ବିଭୂଷଣ ଏବଂ ବିଶିଷ୍ଟ ଶିଳ୍ପପତି ତଥା ଆଦିତ୍ୟ ବିର୍ଲା ଗ୍ରୁପ୍ ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି ।

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶା ର ମାଗୁଣି ଚରଣ କୁଅଁର। ୬ ଦଶନ୍ଧି ଧରି ବିଲୁପ୍ତପ୍ରାୟ କାଠ କଣ୍ଢେଇ ନୃତ୍ୟକୁ ବଞ୍ଚାଇ ରଖିଥିବା କେନ୍ଦୁଝର ର ମାଗୁଣିଙ୍କୁ କଳା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପଦ୍ମଶ୍ରୀରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।