Advertisment

Raja Parba 2024: ବସୁମତୀ ସ୍ନାନରେ ଶେଷ ହୁଏ ରଜ, ଆରମ୍ଭ ହୁଏ ଚାଷ

ବସୁମତୀ ସ୍ନାନରେ ଶେଷ ହୁଏ ରଜ। ନାରୀମାନଙ୍କ ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି। ରଜସ୍ୱଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବା ପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଧରିତ୍ରୀମାତାଙ୍କୁ ଶୁଦ୍ଧ ସ୍ନାନ କରାଯାଏ।

author-image
Pramod Behera
ଅଦ୍ୟତନ ହୋଇଛି
Raja ends with Basumati snana, begins cultivation

Raja ends with Basumati snana, begins cultivation

ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ। ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ। ଏହାକୁ ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ମଧ୍ୟ କୁହାଯାଏ। ବଡ଼ି ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ଧରଣୀ ମାତାଙ୍କ ସ୍ୱରୂପକୁ ସଜାଇ ପିଢ଼ା ଉପରେ ସ୍ଥାପନା କରାଯାଏ। ଏହା ପରେ କଳସରେ ଆମ୍ବଡାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ।

Advertisment

ନାରୀମାନଙ୍କ ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି। ମାର୍ଗଶୀର ଶେଷ ଗୁରୁବାର ଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ। ରଜସ୍ୱଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବା ପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଧରିତ୍ରୀମାତାଙ୍କୁ ଶୁଦ୍ଧ ସ୍ନାନ କରାଯାଏ।

ଅଧିକ ପଢ଼ନ୍ତୁ: ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ରଜ

ଏହି ଦିନ ରଜପର୍ବର ଆନନ୍ଦ ଉଲ୍ଲାସ ମଉଳି ଯାଇ ଆଧ୍ୟାତ୍ମିକତା ସ୍ଥାନ ନେଇଥାଏ। ଏହି ବସୁମତୀ ସ୍ନାନ ଦିବସରେ ଧରଣୀ ମାତା ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ। ବସୁମାତା ରଜସ୍ୱଳା ହୋଇ ଶୁଦ୍ଧସ୍ନାନ ପରେ ସୃଜନ କ୍ଷମତାଶୀଳା ଅର୍ଥାତ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରିଥାନ୍ତି। ଏହା ପରେ ଚାଷୀ ପୁଅ ହଳ ଲଙ୍ଗଳ ନେଇ ଚାଷ କାମକୁ ବାହାରିଯାଏ।

Advertisment

ରଜ ଓଡ଼ିଶାର ଏକ ପାରମ୍ପାରିକ ଗଣପର୍ବ। ଏହା ତିନିଦିନ ଧରି ପାଳନ କରାଯାଇଥାଏ। ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ। ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।

ଏହା ଚାଷର ଆରମ୍ଭକୁ ସୂଚାଇଥାଏ। ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ। ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳ ଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି। ବସୁମତୀ ସ୍ନାନ ପରେ ଚାଷ କାମ ଆରମ୍ଭ ହେବାର ବିଧି ରହିଛି।

ଅଧିକ ପଢ଼ନ୍ତୁ: Raja Parba 2024: ଆପଣ ଯଦି ପୂରା ରଜଗୀତ ଜାଣି ନାହାନ୍ତି ତେବେ ପଢ଼ନ୍ତୁ…

Raja Festival
Advertisment
Advertisment