• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଶୃଙ୍ଖଳିତ ହେବ ରଥଯାତ୍ରାର ଅବଶିଷ୍ଟ ରୀତିନୀତି । ଏହାକୁ ସୁନିଶ୍ଚିତ କରିବାକୁ ଆସନ୍ତାକାଲି ଠାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ଉପମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀ । ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆସନ୍ତାକାଲିଠୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ପୁରୀରେ ରହିବେ ।

ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରି, ସେସବୁ ଯେପରି ଶୃଙ୍ଖଳିତ ଓ ବ୍ୟବସ୍ଥିତ ହେବ ତାହା ସୁନିଶ୍ଚିତ କରିବାକୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର ଯେପରି କୌଣସି ଅସୁବିଧା ନହେବ, ସେଥିପ୍ରତି ମଧ୍ୟ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସେପଟେ ଆସନ୍ତାକାଲି ଦିନ ଗୋଟାଏ ପରେ ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଆଜି ରତ୍ନଭଣ୍ଡାର ଏସ୍ଓପିକୁ ମଞ୍ଜୁର କରିଛନ୍ତି ରାଜ୍ୟ ସରକାର । ଏହାପରେ ଏସ୍ଓପିକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ଏହା ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, କାଲିଠାରୁ ଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ ଏବଂ କ୍ରମାଗତ ଭାବେ ଚାଲିବ । ଅଳଙ୍କାର ଗଣତି ମଣତି ନେଇ ରିଜର୍ଭ ବ୍ୟାଙ୍କର ସହାୟତା ନିଆଯିବ । RBI ପ୍ରତିନିଧି ଉପସ୍ଥିତ ରହିବେ ଏବଂ ରତ୍ନଭଣ୍ଡାର ଟିମ୍‌କୁ ସହାୟତା କରିବେ । ସ୍ବଚ୍ଛତାର ସହ ପ୍ରକ୍ରିୟା ପରିଚାଳନା କରିବା ମୁଖ୍ୟ ପ୍ରଶାସକଙ୍କ ଦାୟିତ୍ବ ।

ରତ୍ନଭଣ୍ଡାର ଗଣତି ମଣତି ସଂପର୍କରେ ଆଇନ ମନ୍ତ୍ରୀ କହିଛନ୍ତି ଯେ, ଅଳଙ୍କାରର ସଂଖ୍ୟା, ମାନ ଏବଂ ଓଜନ ନିର୍ଦ୍ଧାରଣ କରାଯିବ । ଅଳଙ୍କାର ଗୁଡ଼ିକର ଡିଜିଟାଲ ଫଟୋଗ୍ରାଫି କରାଯିବ ଏବଂ ଏକ ଡିଜିଟାଲ କାଟାଲଗ୍ ତିଆରି ହେବ । ଏହା ଆଗାମୀ ଦିନ ପାଇଁ ଏକ ରେଫରେନ୍ସ ଡକ୍ୟୁମେଣ୍ଟ ଭାବେ ରହିବ । ସୂଚନା ଯୋଗ୍ୟ ଯେ, ୨୦୨୪ ନିର୍ବାଚନରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଓ ଏହାକୁ ଖୋଲାଯିବା ପ୍ରସଙ୍ଗକୁ ପ୍ରମୁଖ ମୁଦ୍ଦା କରିଥିଲା ବିଜେପି। ସରକାରକୁ ଆସିବାର ଦେଢ଼ ମାସ ଭିତରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଥିଲା । ତେବେ ଆସନ୍ତାକାଲି ରତ୍ନଭଣ୍ଡାର ଖୋଲିଲେ କେବଳ ଯେ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ହେବ ତା ନୁହେଁ, କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କର ଦୀର୍ଘ ୪୬ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବ ।

OTV is now on Whatsapp

Join and get latest news update delivered to you via whatsapp

Join Now