Advertisment

ସରି ଆସୁଛି ବଡଦାଣ୍ଡରେ ଶ୍ରୀଜିଉଙ୍କ ଲୀଳାଖେଳା; ଆଜି ରଥାରୁଢ଼ ଠାକୁରଙ୍କ ପାଖରେ ଲାଗି ହେବ ଅଧରପଣା...

ଆଜି ମହାପ୍ରଭୁଙ୍କ ପବିତ୍ର ଅଧରପଣା ନୀତି। ସନ୍ଧ୍ୟା ବେଳେ ରଥାରୁଢ଼ ଠାକୁରଙ୍କ ପାଖରେ ଲାଗି ହେବ ଅଧରପଣା।

ଅଦ୍ୟତନ ହୋଇଛି
Adharapana 2024 ritual

Adharapana ritual

Advertisment

ସରି ସରି ଆସୁଛି ବଡଦାଣ୍ଡରେ ଶ୍ରୀଜିଉଙ୍କ ଲୀଳାଖେଳା। ଆଜି ମହାପ୍ରଭୁଙ୍କ ପବିତ୍ର ଅଧରପଣା ନୀତି। ସନ୍ଧ୍ୟା ବେଳେ ରଥାରୁଢ଼ ଠାକୁରଙ୍କ ପାଖରେ ଲାଗି ହେବ ଅଧରପଣା। ଏଥିପାଇଁ ପ୍ରତି ରଥରେ ଶ୍ରୀଜିଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ କରାଯାଇଥାଏ। 

Advertisment

ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀରେ ପ୍ରସ୍ତୁତ ୯ଟି  ଅଧର ହାଣ୍ଡିକୁ ରଥରେ ଥିବା ପାର୍ଶ୍ବ ଦେବଦେବୀ ଓ ଚଣ୍ଡି ଚାମଣ୍ଡାଙ୍କ ତୃପ୍ତି ଉଦ୍ଦେଶ୍ୟରେ ଭଙ୍ଗାଯାଇଥାଏ। ଆଜି ରାତି ୮ଟାରେ ଅଧରପଣା ନୀତି ଶେଷ ହେବ। ଏହା ପରେ ରାତି ୯ଟାରେ ମହାସ୍ନାନ ଓ ପରେ ରାତି ୧୦ଟାରେ ମଇଲମ ଓ ବେଶ ହେବ। ରାତି ସାଢ଼େ ୧୦ଟାରେ ସଂଧ୍ୟା ଆଳତି ହୋଇ ଅନ୍ୟାନ୍ୟ ନୀତିକାନ୍ତି କରାଯିବ। 

ପଢନ୍ତୁ ଏହି ଖବର: Ratha Jatra 2024: ଠାକୁରଙ୍କ ଭୋଗରେ ପଣା ନୀତି; ଜାଣନ୍ତୁ କେତେ ପ୍ରକାର ପଣା ଭୋଗ ହୁଏ

Advertisment

ଅଧରପଣା ନୀତିକାନ୍ତି ଠିକ୍ ଭାବେ ତୁଲାଇବାକୁ ମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି । ଗତକାଲି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ତିନି ଦିଅଁଙ୍କ ଦିବ୍ୟ ଦୁର୍ଲଭ ସୁନାବେଶ ଦର୍ଶନ କରିଥିବା ବେଳେ, ଆଜି ମଧ୍ୟ ଶ୍ରୀଜିଉଙ୍କ ଅଧରପଣା ନୀତି ଦେଖିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବା ସମ୍ଭାବନା ରହିଛି। ଆସନ୍ତାକାଲି ହେବ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ। 

ସେପଟେ ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ଆଜି ଖୋଲାଯିବ ଶ୍ରୀମନ୍ଦିରର ଭିତର ରତ୍ନଭଣ୍ଡାର। ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ଦେଖିବ ଚର୍ମଚକ୍ଷୁ । ଖୋଲିବ ରାଜରାଜୁଡ଼ା ଅମଳର ପ୍ରାଚୀନ ସିନ୍ଦୁକ ଓ ଆଲମିରା । ଶୁଭ ସମୟ ସକାଳ ୯ଟା ୫୧ରୁ ଦିନ ୧୨ଟା ୧୫ ମଧ୍ୟରେ ଖୋଲାଯିବ ଭିତର ରତ୍ନଭଣ୍ଡାର। 

Advertisment

ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲି ସ୍ବର୍ଣ୍ଣ ଓ ରୌପ୍ୟ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିବା ବେଳେ, ଆଜି ଭିତର ଭଣ୍ଡାରର ପାଳି। SOP ମୁତାବକ ୧୧ ଜଣିଆ ଅଧିକୃତ ଟିମ୍ ଜିଲ୍ଲା ଟ୍ରେଜେରିରୁ ଚାବି ଆଣି ଭିତର ରତ୍ନଭଣ୍ଡାରରେ ପଡ଼ିଥିବା ୨ଟି ନୂଆ ତାଲା ଖୋଲିବେ। କେହି କୌଣସି ଧାତବ ପଦାର୍ଥ କିମ୍ବା ସୁନା ଅଳଙ୍କାର ପିନ୍ଧି ଯିବେ ନାହିଁ। ଭିତର ଭଣ୍ଡାର ତାଲା ଖୋଲାଯାଇ ସିନ୍ଦୁକ ଓ ଆଲମାରୀରେ ଥିବା ଅଳଙ୍କାର ଗୁଡ଼ିକୁ ସୁରକ୍ଷିତ ଭାବେ ଖଟଶେଯ ଘରେ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯିବ। ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲାକୁ ଜଉମୁଦ ସିଲ୍ କରାଯିବ ଏବଂ ଚାବିକୁ ପୁଣି ଟ୍ରେଜେରୀରେ ରଖାଯିବ। 

ପଢନ୍ତୁ ଏହି ଖବର: Ratha Jatra 2024: କିପରି ହୁଏ ଅଧରପଣା ନୀତି; ଜାଣନ୍ତୁ ଏଥିରେ ମିଶେ କେଉଁ ସାମଗ୍ରୀ

Lord Jagannath Ratha Yatra Puri Ratha Yatra Adharapana
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ