Advertisment

ଆଜ୍ଞାମାଳ ବିଜେ ପରେ ରଥଖଳାରୁ ସିଂହଦ୍ୱାର ଆସିଲା ୩ ରଥ

ଶ୍ରୀଜିଉମାନେ ଏବେ ଅଣସର ଘରେ ଥିବାରୁ ପଟି ଦିଅଁଙ୍କ ଠାରୁ ବିଜେ ହୋଇଥିଲା ଆଜ୍ଞାମାଳ । ୩ ରଥର ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କ ଠାରୁ ଆଜ୍ଞାମାଳ ଧରି ତିନି ରଥରେ ବିଜେ କରାଇଥିଲେ । ଏହା ପରେ ଆରମ୍ଭ ହୋଇଥିଲା ରଥଟଣା ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
Ratha Jatra

Ratha Jatra

ରଥଯାତ୍ରା ପାଇଁ ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ । ଆଜ୍ଞାମାଳ ବିଜେ ପରେ ରଥଖଳାରୁ ସିଂହଦ୍ୱାର ଅଣାଗଲା ୩ ରଥ । ନନ୍ଦିଘୋଷ, ଦର୍ପଦଳନ ପରେ ତାଳଧ୍ୱଜ ରଥ ପହଞ୍ଚିଲା । ପଟିଦିଅଁଙ୍କ ଠାରୁ ଆଜ୍ଞାମାଳ ଆସିବା ପରେ ପ୍ରଥମେ ନନ୍ଦିଘୋଷ ରଥ ଟାଣିନେଇଥିଲେ ପୋଲିସ ଓ ସୁରକ୍ଷାକର୍ମୀ । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ସିଂହଦ୍ୱାର ଅଭିମୁଖେ ନିଆଯାଇଥିଲା । ଏହା ପରେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ଅଭିମୁଖେ ଟଣାଯାଇଥିଲା ।

Advertisment

ଶ୍ରୀଜିଉମାନେ ଏବେ ଅଣସର ଘରେ ଥିବାରୁ ପଟି ଦିଅଁଙ୍କ ଠାରୁ ବିଜେ ହୋଇଥିଲା ଆଜ୍ଞାମାଳ । ୩ ରଥର ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କ ଠାରୁ ଆଜ୍ଞାମାଳ ଧରି ତିନି ରଥରେ ବିଜେ କରାଇଥିଲେ । ଏହା ପରେ ଆରମ୍ଭ ହୋଇଥିଲା ରଥଟଣା ।

ଅନ୍ୟପଟେ କେବେ ଖୋଲାଯିବ ରତ୍ନଭଣ୍ଡାର ଆଜି ଆସିବ ସ୍ପଷ୍ଟ ଚିତ୍ର । ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଚାଲିଛି । ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ୍ ସଦସ୍ୟ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା ବୈଠକରେ ଚାଲିଛି। କେବେ ରତ୍ନଭଣ୍ଡାର ଖୋଲିବ, ମୋଡାଲିଟି କଣ ରହିବ କମିଟି ନିଷ୍ପତ୍ତି ନେବ।

Advertisment

ସେମାନେ ଯେଉଁ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରିବେ ସରକାର ମାନିବେ। ରତ୍ନଭଣ୍ଡାର ଖୋଲିବା ପାଇଁ ଯେଉଁ ତାରିଖ ନିର୍ଦ୍ଧାରଣ କରିବେ ସେଦିନ ଖୋଲାଯିବ ବୋଲି ଆଜି କହିଥିଲେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ସେପଟେ ଏଥର ରଥଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିଛନ୍ତି ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ। ସେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆସନ୍ତା ରଥଯାତ୍ରା ବେଳେ ସେ ୯ ଦିନ ଧରି ପୁରୀରେ ରହିବା ସହ ବିଭିନ୍ନ ଆଧାତ୍ମିକ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଗତବର୍ଷ ରଥଯାତ୍ରାରେ ମଧ୍ୟ ଶ୍ରୀକ୍ଷେତ୍ର ଆସି ବଡ଼ଦାଣ୍ଡରେ ଦିଅଁଙ୍କ ଆଶୀର୍ବାଦ ନେଇଥିଲେ।

ଅନ୍ୟପଟେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ରଥଯାତ୍ରା ଦେଖିବାକୁ ଓଡ଼ିଶା ଆସୁଛନ୍ତି । ସେ ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପହଞ୍ଚିବେ। ବିମାନ ବନ୍ଦରରୁ ସିଧାସଳଖ ଯିବେ ଜୟଦେବ ଭବନ। ସେଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜଭବନରେ ରାତ୍ରି ଯାପନ କରିବେ । ଆସନ୍ତାକାଲି ସକାଳୁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ପୁରୀ ରଥଯାତ୍ରାରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବ୍ଲୁ ବୁକ୍ ଅନୁଯାୟୀ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗସ୍ତ ସମୟରେ ରୁଟକୁ ନୋ ଫ୍ଲାଇଙ୍ଗ ଜୋନ କରାଯିବ। ତାଙ୍କ ଗସ୍ତ ରାସ୍ତାକୁ ସିଲ୍ କରାଯିବ। ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସୁରକ୍ଷା ବାହିନୀ ସହ ରାଜ୍ୟ ପୋଲିସର ଟିମ୍ ସୁରକ୍ଷା ଦେବେ। ରୁଫ ଟପ୍ ସାର୍ପ ସୁଟର ସ୍ନାଇପର ସଜାଗ ରହିବେ।

Lord Jagannath Puri Temple Ratha Jatra
Advertisment
Advertisment