/odishatv-khabar/media/post_attachments/uploadimage/library/16_9/16_9_0/IMAGE_1721031647.jpg)
Bahuda Jatra
ରଥ ଉପରକୁ କୌଣସି ଅଣସେବକ ଚଢିବା ନିଷେଧ । ଏନେଇ ବ୍ୟତିକ୍ରମ ସାମ୍ନାକୁ ଆସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ନିର୍ଦ୍ଦିଷ୍ଟ ଭାବେ ୨ ଜଣ ଅନଧିକୃତ ବ୍ୟକ୍ତି ରଥ ଉପରକୁ ଚଢିବା ଶ୍ରୀମନ୍ଦିର ପ୍ରଶାସନ ନଜରକୁ ଆସିଛି । ସମ୍ପୃକ୍ତ ବ୍ୟକ୍ତି ଜଣେ କେନ୍ଦ୍ର ସରକାରଙ୍କ ଉଚ୍ଚ ପଦସ୍ଥ ଅଧିକାରୀ ଏବଂ ଆଉ ଜଣେ ବେସରକାରୀ/ସମବାୟ ଅନୁଷ୍ଠାନର ଅଧିକାରୀ ବୋଲି ପ୍ରାଥମିକ ସୂଚନା ମିଳିଛି ।
ସଂପୃକ୍ତ ବ୍ୟକ୍ତିଙ୍କୁ ରଥରୁ ଓହ୍ଲାଇ ଆଣିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ରଥ ଉପରୁ ଧରି ଭିଡ଼ି ଭିଡ଼ି ତଳକୁ ଓହ୍ଲାଇ ଆଣିଲେ ମୁଖ୍ୟ ପ୍ରଶାସକ । ସଂପୃକ୍ତ ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବା ସମ୍ଭାବନା ରହିଛି । ତେବେ ଏସମ୍ପର୍କରେ ଆବଶ୍ୟକ ଅନୁସନ୍ଧାନ କରି କାର୍ଯ୍ୟାନୁଷ୍ଠାନ ପାଇଁ ସିଂହଦ୍ୱାର ଥାନାରେ ଅଭିଯୋଗ ଦାଖଲ ପାଇଁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି ।
#କିଓ_ତେମେ_କୁଆଡେ_ଚଢ଼ିଥିଲ?
ରଥ ଉପରେ ଚଢ଼ିଥିଲେ ଅଣ ସେବାୟତ। କିଛି ଶୁଣାଶୁଣି ନାହିଁ, ସିଧା ହାତ ଧରି ଟାଣି ଆଣିଲେ ନିଜେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ #BahudaJatra#BahudaJatra2024#ବାହୁଡ଼ାଯାତ୍ରା#Puri#Odisha#JayJagannath#OTVpic.twitter.com/0g1jH2AyHH— ଓଟିଭି (@otvkhabar) July 15, 2024
ସେପଟେ ଆଜି ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେଉଛନ୍ତି ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ । ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ଆସିଛନ୍ତି ସୁଦର୍ଶନ । ସେହିପରି ସୁଦର୍ଶନଙ୍କ ପରେ ପରେ ବଡ଼ଠାକୁର ନିଜ ସାନ ଭାଇ ଓ ଭଉଣୀଙ୍କ ସହ ରଥରେ ବିଜେ କରିଛନ୍ତି ।
ଆଉ କିଛି ସମୟ ପରେ ଆରମ୍ଭ ହେବ ଛେରା ପହଁରା । ଏହା ପରେ ରଥ ଟଣା ଆରମ୍ଭ ହେବ । ନୀଳାଚଳକୁ ବାହୁଡ଼ି ଆସିବେ ଆଜି ନୀଳକନ୍ଦର । ବାହୁଡ଼ା ପହଣ୍ଡି ଶେଷ ହେବା ପରେ ସାଢ଼େ ୨ଟାରୁ ସାଢ଼େ ୩ ମଧ୍ୟରେ ଛେରାପହଁରା ନୀତି ଅନୁଷ୍ଠିତ ହେବ । ଏହାପରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ଯ୍ୟ ସମ୍ପନ୍ନ ହେବ । ଅପରାହ୍ନ ୪ଟାରେ ରଥଟଣା ପାଇଁ ସମୟ ଧାର୍ଯ୍ୟ ହୋଇଛି ।
ରଥଟଣା ସରିବା ପରେ ରଥ ଉପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବ । ବାହୁଡ଼ା ନୀତିକାନ୍ତିକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସେପଟେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)