Advertisment

ସମୟ କମ୍ ଥିବାରୁ ଏଥର ପହଣ୍ଡି ଟିକେଟ୍‌ ବି ହେବନି, ଶ୍ରୀମନ୍ଦିରରେ ପ୍ରବେଶ ମନା..!

ସକାଳ ୭ଟା ରୁ ୮ଟା ୩୦ ମଧ୍ୟରେ ସକାଳ ଧୂପ ପାଇଁ ନୀତି ନିର୍ଘଣ୍ଟ ହୋଇଥିବା ବେଳେ ରଥ ଆଜ୍ଞାମାଳ ବିଜେ ସକାଳ ୮ଟା ୪୫ରେ ଅନୁଷ୍ଠିତ ହେବ।

ଅଦ୍ୟତନ ହୋଇଛି
Ratha Yatra 2024: No Entry Tickets During Lord Jagannath Nabajouban Besha Darshan

Ratha Jatra

Advertisment

ଏଥର ଶ୍ରଦ୍ଧାଳୁଙ୍କ ପାଇଁ ନବଯୌବନ ଦର୍ଶନ ବନ୍ଦ । ପହଣ୍ଡି ଟିକେଟ୍‌ ହେବନି, ଶ୍ରୀମନ୍ଦିରରେ ପ୍ରବେଶ ମନା । ସମୟ କମ୍‌ ଥିବାରୁ ଭିଡ଼ ନିୟନ୍ତ୍ରଣ ନେଇ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି । ଏବର୍ଷ ନବଯୌବନ ଦର୍ଶନ, ନେତ୍ରୋତ୍ସବ, ଶ୍ରୀଗୁଣ୍ଡିଚା ଯାତ୍ରା ଏକାଠି ପଡୁଛି । ଜୁଲାଇ ୭ରେ ସବୁ ଏକାଠି ପଡ଼ୁଥିବାରୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ।

Advertisment

ରଥଯାତ୍ରା ନୀତିକାନ୍ତି ଶୃଙ୍ଖଳିତ କରିବା ନେଇ ନୀଳାଦ୍ରି ଭକ୍ତ ନିବାସରେ ହୋଇଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା । ଚଳିତ ବର୍ଷ ରଥଯାତ୍ରା ନେଇ ଛତିଶା ନିଯୋଗ ବୈଠକରେ ହୋଇଥିବା ନୀତି ନିର୍ଘଣ୍ଟ ଉପରେ ପରିଚାଳନା କମିଟି ବୈଠକରେ ମୋହର ଲାଗିଛି।

ପଢନ୍ତୁ ଏହି ଖବର: ୧୯୭୧ ଭଳି ଏଥର ରଥଯାତ୍ରା, ଦିନ ୧.୧୦ରେ ହେବ ପହଣ୍ଡି

ଚଳିତ ବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ୧୯୭୧ ମସିହାରେ ଅନୁଷ୍ଠିତ ହୋଇଥିବା ନୀତିକାନ୍ତି ଅନୁଯାୟୀ ଚଳିତ ବର୍ଷ ରଥଯାତ୍ରାରେ ନୀତିକାନ୍ତି ଅନୁଷ୍ଠିତ ହେବ।

Advertisment

ଆସନ୍ତା ଜୁଲାଇ ୭ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତେବେ ଏହାର ପୂର୍ବଦିନ ଅର୍ଥାତ୍ ଜୁଲାଇ ୬ରେ ପଟି ଦିଅଁଙ୍କ ଠାରୁ ଆଜ୍ଞାମାଳ ବିଜେ ହୋଇ ରଥଖଳାକୁ ଆସିବ ବୋଲି  ଛତିଶା ନିଯୋଗରେ ନିଷ୍ପତ୍ତି ନିଆଯାଇଥିଲା। ପରେ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଅଣାଯିବ । ୬ ତାରିଖରେ ମହାପ୍ରଭୁଙ୍କ ସକାଳ ଧୂପ ପରେ ରଥଖଳାକୁ ଆଜ୍ଞା ମାଳ ବିଜେ କରିବ। ସକାଳ ୭ଟା ରୁ ୮ଟା ୩୦ ମଧ୍ୟରେ ସକାଳ ଧୂପ ପାଇଁ ନୀତି ନିର୍ଘଣ୍ଟ ହୋଇଥିବା ବେଳେ ରଥ ଆଜ୍ଞାମାଳ ବିଜେ ସକାଳ ୮ଟା ୪୫ରେ ଅନୁଷ୍ଠିତ ହେବ।

ସେହିପରି ସେହି ଦିନ ସନ୍ଧ୍ୟା ଧୂପ ପରେ ଅପରାହ୍ନ ୫ଟାରେ ଧ୍ୱଜା ଆଜ୍ଞାମାଳ ବିଜେ ହେବ। ଜୁଲାଇ ୭ରେ ରାତି ୨ଟାରେ ମଙ୍ଗଳ ଆଳତୀ ପରେ ବିଭିନ୍ନ ନୀତି କାନ୍ତି ବଢ଼ି ସକାଳ ୭ଟା ୩୦ ରୁ ୧୨ଟା ୩୦ ମଧ୍ୟରେ ସେନାପଟା ଲାଗି ହେବ। ଦିନ ୧୧ଟାରେ ରଥ ପ୍ରତିଷ୍ଠା, ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ଅପରାହ୍ଣ ୨ଟା ୩୦ରେ ପହଣ୍ଡି ଶେଷ ହେବ। 

Advertisment

ଏହାପରେ ଅପରାହ୍ନ ୪ଟାରେ ଗଜପତିଙ୍କ ଦ୍ୱାରା ଛେରାପହଁରା ନୀତି ଅନୁଷ୍ଠିତ ହେବାପରେ ଅପରାହ୍ନ ୫ଟା ରେ ରଥଟଣା ଆରମ୍ଭ ହେବ ବୋଲି ସୂଚନା ରହିଛି। ଚଳିତ ବର୍ଷ ରଥଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତି କିଭଳି ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ସମସ୍ତଙ୍କ ସହଯୋଗ ଲୋଡିଛି ଶ୍ରୀମନ୍ଦିର ପ୍ରଶାସନ।

ପଢନ୍ତୁ ଏହି ଖବର: Ratha Jatra 2024: କାହିଁକି ହୁଏ ମହାପ୍ରଭୁଙ୍କ ଶ୍ରୀଗୁଣ୍ତିଚା ଯାତ ? ଜାଣନ୍ତୁ ରଥଯାତ୍ରାର ବିଧି ସମ୍ପର୍କିତ କିଛି ତଥ୍ୟ...

Srimandir Jagannath Temple Puri Srimandir Ratha Jatra Ratha Yatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ