• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ସରିଲା ଜନ୍ମବେଦୀରେ ଲୀଳାଖେଳା । ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ବାହୁଡ଼ା ଯାତ୍ରା ପାଇଁ ଜନ ସମୁଦ୍ର ବଡ଼ଦାଣ୍ଡ ।

 Live Updates: ଶ୍ରୀମନ୍ଦିରକୁ ଫେରୁଛନ୍ତି କଳିଆ ସାଆନ୍ତ, ବଡ଼ଦାଣ୍ଡେ ଲାଗିଛି ଗହଳି

ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଦିନ ୧୨ଟାରେ ପହଣ୍ଡି ଆରମ୍ଭ ହେବ । ବାହୁଡ଼ା ପହଣ୍ଡି ଶେଷ ହେବା ପରେ ସାଢ଼େ ୨ଟାରୁ ସାଢ଼େ ୩ ମଧ୍ୟରେ ଛେରାପହଁରା ନୀତି ଅନୁଷ୍ଠିତ ହେବ । ଏହାପରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ଯ୍ୟ ସମ୍ପନ୍ନ ହେବ । ଅପରାହ୍ନ ୪ଟାରେ ରଥଟଣା ପାଇଁ ସମୟ ଧାର୍ଯ୍ୟ ହୋଇଛି ।

ରଥଟଣା ସରିବା ପରେ ରଥ ଉପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବ। ବାହୁଡ଼ା ନୀତିକାନ୍ତିକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସେପଟେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

ପଢନ୍ତୁ ଏହି ଖବର: Ratha Jatra 2024: ଶ୍ରୀଜୀଉଙ୍କ ବାହୁଡ଼ାଯାତ୍ରାର ପାଳନ ବିଧି; ଦର୍ଶନରେ ମିଳେ ବୈକୁଣ୍ଠ ପ୍ରାପ୍ତି

OTV is now on Whatsapp

Join and get latest news update delivered to you via whatsapp

Join Now