/odishatv-khabar/media/post_attachments/uploadimage/library/16_9/16_9_0/IMAGE_1751684620.jpg)
Bahuda Yatra
ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରେ ସରିଲା ଲୀଳାଖେଳା । ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି । ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ଅଭିମୁଖେ ଯିବେ ମହାପ୍ରଭୁ । ଉଛୁଳି ପଡ଼ୁଛି ବଡ଼ଦାଣ୍ଡ, ଭାବବିହ୍ବଳ ଭକ୍ତ । ନାକଚଣା ଦ୍ବାରରେ ଦଣ୍ଡାୟମାନ ତିନି ରଥ । ବିଶ୍ବନିୟନ୍ତାଙ୍କ ଅପେକ୍ଷାରେ ତିନି ରଥ ।
Advertisment
ଆଜି ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଓ ଅପରାହ୍ନ ୪ଟାରେ ରଥ ଟଣା ପାଇଁ ଶ୍ରୀମନ୍ଦିର ପ୍ରଶାସନ ନୀତି ନିର୍ଘଣ୍ଟ କରିଛି। ଏଣେ ରଥଯାତ୍ରା ଅଘଟଣ ପରେ ଟ୍ରାଫିକ୍ ନିୟନ୍ତ୍ରଣଠୁ ଭକ୍ତଙ୍କ ସୁରକ୍ଷା ଯାଏଁ ସବୁ କ୍ଷେତ୍ରରେ ଆହୁରି ଯତ୍ନବାନ ହୋଇଛନ୍ତି ପୋଲିସ ଓ ପ୍ରଶାସନ। ଗତକାଲି ସନ୍ଧ୍ୟା ୬ଟାରୁ ଶେଷ ହୋଇଛି ନବମୀ ସନ୍ଧ୍ୟା ଦର୍ଶନ । ଦିନ ତମାମ ଜନ୍ମବେଦୀରେ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ଆଜି ବାହୁଡ଼ା ଯାତ୍ରାକୁ ନେଇ କଡ଼ା ସୁରକ୍ଷା ବଳୟରେ ପୁରୀ ।
ଅଧିକ ପଢନ୍ତୁ: ଆଜି ପବିତ୍ର ବାହୁଡ଼ା ଯାତ୍ରା: ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)