ସମୟ ପୂର୍ବରୁ ଆରମ୍ଭ ହେଲା ପହଣ୍ଡି, ଝୁଲି ଝୁଲି ଆସୁଛନ୍ତି ବଡ଼ଠାକୁର ବଳଭଦ୍ର

ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ ।

Pahandi Bije

ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶ୍ରୀଜିଉଙ୍କ ଅପେକ୍ଷାରେ ରଥ ଆଉ ପଥ । ତେବେ ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ । ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ଆସିଛନ୍ତି ସୁଦର୍ଶନ । ତେବେ ଚକ୍ରରାଜ ସୁଦର୍ଶନଙ୍କ ପରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ବଡ଼ ଠାକୁର । ଏହାପରେ ଦେବୀ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ରଥକୁ ବିଜେ କରିବେ । ଶେଷରେ ଗହଳି ଲଗାଇ ରତ୍ନବେଦିରୁ ହଲି ହଲି ରଥକୁ ଆସିବେ କଳା ଠାକୁର ।

 Live Updates: ଶ୍ରୀମନ୍ଦିରକୁ ଫେରୁଛନ୍ତି କଳିଆ ସାଆନ୍ତ, ବଡ଼ଦାଣ୍ଡେ ଲାଗିଛି ଗହଳି

ପଢନ୍ତୁ ଏହି ଖବର: Ratha Jatra 2024: ଶ୍ରୀଜୀଉଙ୍କ ବାହୁଡ଼ାଯାତ୍ରାର ପାଳନ ବିଧି; ଦର୍ଶନରେ ମିଳେ ବୈକୁଣ୍ଠ ପ୍ରାପ୍ତି