Advertisment

ଗଣତି ହେବେ ରଥକୁ ଆସୁଥିବା ଭକ୍ତ; ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ହେବ ଗଣନା

ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ । ଭକ୍ତଙ୍କ ସଂଖ୍ୟା ଗଣନା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା  । ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ଗଣନା ହେବ ।

ଅଦ୍ୟତନ ହୋଇଛି
Counting of Devotees Will be Done During Ratha Yatra

Counting of Devotees Will be Done During Ratha Yatra

Advertisment

ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ। ଭକ୍ତଙ୍କ ସଂଖ୍ୟା ଗଣନା ନେଇ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । କହିଛନ୍ତି, ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ଗଣନା ହେବ। ହୋଟେଲ, ଧର୍ମଶାଳା ଓ ଲଜିଂରେ ମଧ୍ୟ ଯାତ୍ରୀଙ୍କ ଗଣନା ହେବ। ଏଥିସହ ପ୍ରାୟ ୩ ଜଣ କର୍ମଚାରୀ ଉପସ୍ଥିତ ରହି ବସ୍, ଅଟୋ, କାର୍, ବାଇକ, ସାଇକେଲରେ ଓ ଚାଲିଚାଲି ଆସୁଥିବା ଯାତ୍ରୀଙ୍କୁ ମଧ୍ୟ ଏହି ଗଣନାରେ ସାମିଲ କରିବେ। ଟ୍ରେନ ଯୋଗେ ଆସୁଥିବା ଯାତ୍ରୀଙ୍କର ମଧ୍ୟ ସଠିକ୍ ଗଣନା କରାଯିବ ।

Advertisment

ଏଥର ବ୍ଲାଙ୍କେଟ୍ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର । ରଥଯାତ୍ରା ସୁରକ୍ଷାର ସମୀକ୍ଷା କରି ଏପରି କହିଛନ୍ତି ପୋଲିସ ଡିଜି। ଏଥର ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ଏନେଇ ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ। ଏଥିରେ ୪ ଜଣ ଅତିରିକ୍ତ ଡିଜି, ୬ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ ରହିବେ। ଏଥିସହ ୧୯ ଏସପି ବା କମାଣ୍ଡାଣ୍ଟ ପାହ୍ୟା, ୩୩ ଜଣ ଅତିରିକ୍ତ SP ବା ଡେପୁଟି କମାଣ୍ଡାଣ୍ଟ ପାହ୍ୟା, ୭୫ ଜଣ ଡିଏସପି ବା କମାଣ୍ଡର ପାହ୍ୟା, ୧୩୦ ଇନ୍ସପେକ୍ଟର, ୬୭୫ SI ଓ ASI ପାହ୍ୟା ଅଧିକାରୀ ସୁରକ୍ଷା ଦାୟିତ୍ବରେ ରହିବେ। ୩ ପ୍ଲାଟୁନ OSAF ମୁତୟନ କରାଯିବା ସହିତ ୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି।

ଅଧିକ ପଢ଼ନ୍ତୁ: ୧୯୭୧ ଭଳି ଏଥର ରଥଯାତ୍ରା, ଦିନ ୧.୧୦ରେ ହେବ ପହଣ୍ଡି

ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ ଓ ସୋସିଆଲ ମିଡିଆରେ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ୍ ସୂଚନା ଦିଆଯିବ ବୋଲି କହିଛନ୍ତି ଡିଜିପି। ଏଥିସହ ରାଷ୍ଟ୍ରପତି ଓ ବିଶିଷ୍ଟ ଅତିଥିଙ୍କ ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ।  

Advertisment

ଅନ୍ୟପଟେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ପୁରୀରେ ଚାଲିଛି ପ୍ରସ୍ତୁତି। ଆଜି ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ପୌରସଦନରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଯୋଗଦେବେ। ରଥନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିବେ ।

ଅଧିକ ପଢ଼ନ୍ତୁ: ପାଖେଇ ଆସୁଛି ଘୋଷଯାତ୍ରା, ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

Advertisment
Devotees Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ