/odishatv-khabar/media/post_attachments/uploadimage/library/16_9/16_9_0/IMAGE_1720784057.jpg)
'Dakshina Moda'
ଜନ୍ମବେଦୀରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ତିନି ରଥର ଦକ୍ଷିଣ ମୋଡ଼ କରାଯାଉଛି । ଆଜ୍ଞାମାଳ ବିଜେ ପରେ ରଥର ଦକ୍ଷିଣ ମୋଡ଼ କରାଯାଉଛି । ନାକଚଣା ଦ୍ବାର ସମ୍ମୁଖ ଶରଧାବାଲିରେ ଲାଗିବ ଦର୍ପଦଳନ, ତାଳଧ୍ବଜ ଓ ନନ୍ଦିଘୋଷ ରଥ । ପରମ୍ପରା ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଦକ୍ଷିଣ ମୋଡ଼ କରାଯାଇଛି । ନବ ଦିନାତ୍ମକ ଯାତ୍ରାରେ ରଥ ଚଢ଼ି ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଜନ୍ମବେଦୀ ବିଜେ କରିଛନ୍ତି କାଳିଆ ସାଆନ୍ତ ।
ସେପଟେ ଗତକାଲି ଶ୍ରୀଜିଉଙ୍କ ପବିତ୍ର ହେରା ପଞ୍ଚମୀ ନୀତି ସମ୍ପନ୍ନ ହୋଇଛି । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ମହାଲକ୍ଷ୍ମୀଙ୍କୁ ଶ୍ରୀମନ୍ଦିରରେ ଛାଡ଼ି ଆସିଥିବାରୁ ତାଙ୍କ ଉପରେ ଅଭିମାନ କରି ମାଆ ଲକ୍ଷ୍ମୀ ଠାକୁରାଣୀ ରାଗରେ ଜର୍ଜରିତ ହୋଇ ନନ୍ଦିଘୋଷ ରଥର କାଠ ଖଣ୍ଡେ ଭାଙ୍ଗିଥିଲେ ।
ଅନ୍ୟପକ୍ଷରେ ଆଡ଼ପ ମଣ୍ଡପ ବିଜେ ପହଣ୍ଡି ସମୟରେ ଅଘଟଣ ପରେ ସରକାରଙ୍କ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦରେ ଭିଭି ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ ଗତକାଲି ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେବା ପୂର୍ବରୁ ଆକ୍ସନ ମୋଡ଼ରେ ଅରବିନ୍ଦ ପାଢ଼ୀ । ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ କଡ଼ା ଚେତାବନୀ ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ, ‘ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ବ ଦିଆଯିବ। ଅଣସେବାୟତ ରଥ ଉପରେ ମୋବାଇଲ୍ ନେଉଥିବା ପରିଲକ୍ଷିତ ହେଉଛି । ଏଭଳି ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ । ଘଟଣାର ଯେଭଳି ପୁନରାବୃତ୍ତି ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ’ ବୋଲି କହିଛନ୍ତି ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।
ଆହୁରି କହିଛନ୍ତି ଯେ, ‘ଆମ ସଂସ୍କୃତିର ପ୍ରଚାର ପ୍ରସାର ପରିବର୍ତ୍ତେ ଯେପରି କୌଣସି ନିନ୍ଦା ଆଣିବେନି। ଏଥିପାଇଁ ସେବକମାନଙ୍କ ସହଯୋଗ କାମନା କରୁଛୁ । ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ଠାକୁରଙ୍କ ପାଖରେ କ୍ଷମା ମାଗୁଛୁ।’
ଆଜି ତିନି ରଥର ଦକ୍ଷିଣ ମୋଡ଼ କରାଯାଉଛି। ଜନ୍ମବେଦୀରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। #RathYatra2024#CarFestival#Puri#JagannathDham#OTV#OdishaTVpic.twitter.com/G0ph1Wj2d2
— ଓଟିଭି (@otvkhabar) July 12, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)