• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ତିନି ରଥର ସୁରକ୍ଷା ପାଇଁ ତିନିଟି ଫାୟାର ଫାଇଟିଂ ଟିମ୍ ସହ ଅଗ୍ନି ନିର୍ବାପକ ବ୍ୟବସ୍ଥା କରାଯାଇଛି । ସମୁଦ୍ରରେ ଦୁର୍ଘଟଣା ଜନିତ ଅଘଟଣ ରୋକିବା ପାଇଁ ୩୯ଜଣ ଅଗ୍ନିଶମ କର୍ମଚାରୀଙ୍କୁ ନେଇ ତିନିଟି ସ୍ୱତନ୍ତ୍ର ଟିମ୍ କରାଯାଇଛି । ଏଥିସହ ୯୦ଜଣ ଲାଇଫ୍ ଗାର୍ଡ ଓ ୩୦୦ଜଣ ଘରୋଇ ଲାଇଫ୍ ଗାର୍ଡ ମୁତୟନ ହେବେ । ଅଂଶୁଘାତ ଜନିତ ସୁରକ୍ଷା ପାଇଁ ୧୫ଟି କୁଇକ୍ ରେସପନ୍ସ ଟିମ୍ ଓ ୮ଟି ୱାଟର ଟ୍ୟାଙ୍କର ରହିବ । ଜଳ ନିଷ୍କାସନ ପାଇଁ ୧୦ଟି ଫାୟାର ପମ୍ପ ରହିବ । କୌଣସି ଆପତକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଏକ ସ୍ୱତନ୍ତ୍ର ଉଦ୍ଧାରକାରୀ ଦଳ ପୁରୀ ଅଗ୍ନିଶମ କେନ୍ଦ୍ରରେ ୨୪ଘଣ୍ଟି‌ଆ କାଯ୍ୟ କରିବ ବୋଲି ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ସୂଚନା ଦେଇଛନ୍ତି ।

ସେହିପରି ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱର, ବ୍ରହ୍ମପୁର ଆଡୁ ଯାଉଥିବା ବାଇକ କୁଡିକ ମଶାଣିଚଣ୍ଡୀ ଛକ ସ୍ଥିତ ଜଗନ୍ନାଥ ବଲ୍ଲଭରେ ପାର୍କିଂ କରିବେ । କୋଣାର୍କ ପଟୁ ଆସୁଥିବା ବାଇକ୍ ଗୁଡିକ ବ୍ଲୁ ଫ୍ଲାଗ୍ ବିଚ୍ ନିକଟରେ ପାର୍କିଂ କରିବେ । ଭୁବନେଶ୍ୱରରୁ ଯାଉଥିବା କାର ଗୁଡିକ ଛପନଛକ ନିକଟ ପାର୍କିଂ ସ୍ଥଳରେ ରହିବେ । ଭୁବନେଶ୍ୱରରୁ ଆସୁଥିବା ତିନି ଚକିଆ, ଚାରି ଚକିଆ ଗାଡି ଗୁଡିକ ମାଳତୀପାଟପୁର, ତୋଷାଳୀ ଛକ, ଗ୍ରୀଡ୍ ଷ୍ଟେସନ, ଭୁଦାନ ଦେଇ ତାଳବଣିଆରେ ପାର୍କିଂ କରିବେ । ଫେରିବା ବେଳେ ଏହି ଗାଡି ଗୁଡିକ ସେଣ୍ଟ୍ରାଲ ସ୍କୁଲ, ଗ୍ରୀଡ ଷ୍ଟେସନ, ବାଲିଘାଟ, ଗୋପାଳପୁର କ୍ରସିଂ ଦେଇ ମାଳତୀପାଟପୁରରେ ପହଞ୍ଚିବ ବସ୍ ଗୁଡିକ ମାଳତୀପୁର ନୂଆ ବସଷ୍ଟାଣ୍ଡରେ ପାର୍କିଂ କରିବ ।

ସେପଟେ ଆଜି ମହାପ୍ରଭୁଙ୍କ ଉଭାଯାତ୍ରା । ତିନିବାଡରୁ ଆଜ୍ଞାମାଳ ପହଞ୍ଚିବା ପରେ ରଥ ଗୁଡିକୁ ଟଣାଯାଉଛି । ପ୍ରଥମେ ନନ୍ଦିଘୋଷକୁ ସିଂହଦ୍ୱାର ସମ୍ମୁଖକୁ ନିଆଯାଉଛି । ପୋଲିସ ଓ ଶ୍ରଦ୍ଧାଳୁ ତିନି ରଥଙ୍କୁ ସିଂହଦ୍ୱାର ସମ୍ମୁଖକୁ ଟାଣି ଆଣୁଛନ୍ତି । ଆଜ୍ଞାମାଳ ବିଜେ ପରେ ପ୍ରଥମେ ରଥଖଳାରୁ ନନ୍ଦିଘୋଷ ରଥଙ୍କୁ ସିଂହଦ୍ୱାର ସମ୍ମୁଖକୁ ଅଣାଯାଇଥିଲା । ଏହାପରେ ଦର୍ପଦଳନ ଓ ପରେ ତାଳଧ୍ୱଜଙ୍କୁ ସିଂହଦ୍ୱାର ସମ୍ମୁଖକୁ ଅଣାଯାଇଛି । ଏବେ ରଥଯାତ୍ରା ପାଇଁ ରଥ, ପଥ ପ୍ରସ୍ତୁତ କେବଳ ଚତୁର୍ଦ୍ଧାମୂରତିଙ୍କ ବିଜେକୁ ଅପେକ୍ଷା । ରାତି ପାହିଲେ ରଥଯାତ୍ରା ଥିବାରୁ ଧିରେଧିରେ ଲୋକାରଣ୍ୟ ହେଲାଣି ଶ୍ରୀକ୍ଷେତ୍ର ପୁରୀ ।