ଆସନ୍ତାକାଲି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତା’ ପୂର୍ବରୁ ଆଜି ଶ୍ରୀଜିଉଙ୍କ ପବିତ୍ର ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ। ୧୫ ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ। ନବଯୌବନ ବେଶ ଶ୍ରୀଜିଉଙ୍କ ଆଷାଢ଼ ଅମାବାସ୍ୟା ତଥା ଉଭା ଅମାବାସ୍ୟା ତିଥିରେ ଧାରଣ କରୁଥିବା ବିଶେଷ ବେଶ ଅଟେ । ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରହନ୍ତି ।
ଅଧିକ ପଢନ୍ତୁ: ରାଜସ୍ୱ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, 'ଲୋକଙ୍କ ଅଭିଯୋଗ ଧୈର୍ଯ୍ୟର ସହ ଶୁଣନ୍ତୁ'
ପନ୍ଦର ଦିନ ଭକ୍ତମାନେ ଦାରୁଦିଅଁଙ୍କ ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କହନ୍ତି । ଖଡ଼ି ଲାଗି ଓ ବନକଲାଗି ପରେ ମହାପ୍ରଭୁଙ୍କ ପ୍ରତିମା ନୂଆ ପରି ଉଜ୍ଜ୍ୱଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ ।
Also Read
ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ପାଇଁ ଶ୍ରଦ୍ଧାଳୁମାନେ ବର୍ଷବ୍ୟାପୀ ପ୍ରତୀକ୍ଷା କରି ରହିଥାଆନ୍ତି ।