/odishatv-khabar/media/post_attachments/uploadimage/library/16_9/16_9_0/IMAGE_1751258500.jpg)
Adap Abadha
ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ସକାଳୁ ସକାଳୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଆଡ଼ପ ଦର୍ଶନ । ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶ୍ରଦ୍ଧାଳୁମାନେ ଦୁଇଟି ଧାଡ଼ିରେ ବ୍ୟାରିକେଡରେ ଯାଇ ଆଡ଼ପ ଦର୍ଶନ କରି କୃତାର୍ଥ ହେଉଛନ୍ତି । ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢା ।
ସୁରୁଖୁରୁରେ ଶ୍ରଦ୍ଧାଳୁଙ୍କୁ ଆଡ଼ପ ଅବଢା ବଣ୍ଟନ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଛି । ସେପଟେ ଆଜି ବନକଲାଗି ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ରାତି ୯ରୁ ରାତି ୨ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ଗତକାଲି ପୁରୀ ଶରଧାବାଲିରେ ଠେଲାପେଲାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଛି । ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଭୋରରେ ହୋଇଥିଲା ଠେଲାପେଲା ସ୍ଥିତି । ରବିବାର ଥିବାରୁ ରାତିରୁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଥିଲା । ଭୋର୍ ୪ଟାରେ ଅଘଟଣ ଘଟିଥିଲା । ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଥିବାବେଳେ ଠେଲାପେଲା ହୋଇଥିଲା । ଯାହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)