/odishatv-khabar/media/post_attachments/uploadimage/library/16_9/16_9_0/IMAGE_1748925050.jpg)
Security Arrangement
ଆସନ୍ତା ୨୭ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ନେଇ କଟକ ପୋଲିସ ମୁଖ୍ୟାଳୟରେ ଡିଜିପି ୱାଇ.ବି.ଖୁରାନିଆଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ବପୂର୍ଣ୍ଣ ବୈଠକ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି। ଜୁନ ୧୧ରେ ଦେବସ୍ନାନ ପୂର୍ଣ୍ଣିମା ଠାରୁ ୨୬ରେ ନବଯୌବନ ଦର୍ଶନ, ୨୭ରେ ରଥଯାତ୍ରା, ଜୁଲାଇ ୫ରେ ବାହୁଡା , ୬ରେ ସୁନାବେଶ, ୭ରେ ଅଧରପଣା ଏବଂ ଜୁଲାଇ ୮ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ I
ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତଙ୍କ ପୁରୀରେ ସମାଗମ ହେବାକୁ ଥିବାରୁ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି I ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା, ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହୋଇଛି । ସେହିପରି ସମୁଦ୍ର କୂଳରେ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଛି । ଆରପିଏଫ ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)