Advertisment

Rath Yatra 2025: ୨୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା, ଭକ୍ତଙ୍କ ସୁରକ୍ଷା ପାଇଁ ପ୍ରସ୍ତୁତି ଜୋରଦାର

ଆସନ୍ତା ୨୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଲକ୍ଷାଧିକ ଭକ୍ତଙ୍କ ପାଇଁ ସୁରକ୍ଷା ବନ୍ଦୋବସ୍ତ । ସିସିଟିଭି ବ୍ୟବସ୍ଥା, ଟ୍ରାଫିକ ସୁପରିଚାଳନା ସହ ସମୁଦ୍ର କୂଳରେ ହେବ ପାଟ୍ରୋଲିଂ ।

ଅଦ୍ୟତନ ହୋଇଛି
Security Arrangement

Security Arrangement

Advertisment

ଆସନ୍ତା ୨୭ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ନେଇ କଟକ ପୋଲିସ ମୁଖ୍ୟାଳୟରେ ଡିଜିପି ୱାଇ.ବି.ଖୁରାନିଆଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ବପୂର୍ଣ୍ଣ ବୈଠକ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି। ଜୁନ ୧୧ରେ ଦେବସ୍ନାନ ପୂର୍ଣ୍ଣିମା ଠାରୁ ୨୬ରେ ନବଯୌବନ ଦର୍ଶନ, ୨୭ରେ ରଥଯାତ୍ରା, ଜୁଲାଇ ୫ରେ ବାହୁଡା , ୬ରେ ସୁନାବେଶ, ୭ରେ ଅଧରପଣା ଏବଂ ଜୁଲାଇ ୮ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ I

Advertisment

ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତଙ୍କ ପୁରୀରେ ସମାଗମ ହେବାକୁ ଥିବାରୁ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି I ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା, ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହୋଇଛି । ସେହିପରି ସମୁଦ୍ର କୂଳରେ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଛି । ଆରପିଏଫ ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ। 

ଅଧିକ ପଢନ୍ତୁ : ଏଥର ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ହଜାରେ ବସ୍, ଅଧିକ ଭଡ଼ା ନେଇ ପାରିବେନି ଗାଡ଼ି ମାଲିକ

Advertisment
Rath Yatra Jaganath Puri
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ