• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ହେରାପଞ୍ଚମୀ । ପରମ୍ପରା ଅନୁଯାୟୀ, ଆଜି ବିଳମ୍ବିତ ରାତିରେ ମା ଏକ ସ୍ୱତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ । ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନଥିବାରୁ ରାଗ ଜର୍ଜରିତ ମହାଲକ୍ଷ୍ମୀ ।

ତେଣୁ ପରମ୍ପରା ମୁତାବକ ନନ୍ଦିଘୋଷ ରଥ ଭାଙ୍ଗି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ମହାଲକ୍ଷ୍ମୀ । ହେରାପଞ୍ଚମୀ ନୀତିପରେ ବୁଧବାର ଅର୍ଥାତ ଆସନ୍ତାକାଲି ଠାରୁ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହେବ । ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ ଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ଆଜ୍ଞାମାଳକୁ ତିନି ଜଣ ପାଳିଆ ପୂଜା ପଣ୍ଡା ହସ୍ତରେ ଧାରଣ କରି ଘଣ୍ଟ, ଛତା ଓ କାହଳି ସହ ତିନି ରଥକୁ ଉକ୍ତ ଆଜ୍ଞାମାଳ ପ୍ରଦାନ କରିଥାନ୍ତି ।

ଏହା ପରେ ତିନି ରଥର ଦକ୍ଷିଣ ମୋଡ଼ ହୋଇଥାଏ । ତିନିରଥ ଶ୍ରୀଗୁଣ୍ଡିଚା ମନ୍ଦିରର ସିଂହଦ୍ୱାରଠାରେ ଥାଏ । ନୀତି ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଟଣା ହୋଇଥାଏ । ଏହାପରେ ବଳଭଦ୍ରଙ୍କ ତାଳଧ୍ୱଜ ଓ ଶେଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ରଖାଯାଇଥାଏ ।