Advertisment

ସ୍ପଷ୍ଟ ହେଲା ଚିତ୍ର, ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ମହାମହିମ

ପୁରୀ ଟାଉନ୍ ହଲ ପରିସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକରେ ବିଭିନ୍ନ ଦିଗକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି।

ଅଦ୍ୟତନ ହୋଇଛି
Ratha yatra 2024

Ratha yatra 2024

Advertisment

ପୁରୀରେ ରଥଯାତ୍ରା ଦେଖିବେ ମହାମହିମ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏଥର ଶ୍ରୀଗୁଣ୍ଡିଚା ଯାତ୍ରାରେ ସାମିଲ ହେବେ। ଜୁଲାଇ ୬ରୁ ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ୯ ତାରିଖ ଯାଏ ରହିବେ। ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେହିଦିନ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବେ। ୭ ତାରିଖରେ ଯିବେ ପୁରୀ ।

Advertisment

ରଥଯାତ୍ରା ଦେଖିବା ପରେ ରାଷ୍ଟ୍ରପତି ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ । ସେଦିନ ଅପରାହ୍ନରେ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦଘାଟନ କରିବେ। ୯ ତାରିଖ ପୂର୍ବାହ୍ନରେ ନାଇଜର୍ କାର୍ଯ୍ୟକ୍ରମରେ ଯୋଗବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ଅପରାହ୍ଣରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯିବେ । ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ରୁଟ୍ ଲାଇନ ଉପରେ ଅଧିକ ଗୁରୁତ୍ବ ଦିଆଯିବ ବୋଲି ପୋଲିସ କମିଶନର କହିଛନ୍ତି। 

ତେବେ ଆସନ୍ତା ୭ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘୋଷଯାତ୍ରାକୁ ଶୃଙ୍ଖଳିତ, ସୁରକ୍ଷିତ ଓ ବ୍ୟବସ୍ଥିତ କରିବା ପାଇଁ ପୁରୀରେ ରଥଯାତ୍ରା ଦ୍ୱିତୀୟ ସମନ୍ୱୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ଟାଉନ୍ ହଲ ପରିସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକରେ ବିଭିନ୍ନ ଦିଗକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି।

Advertisment

ଅଧିକ ପଢ଼ନ୍ତୁ: ରତ୍ନଭଣ୍ଡାର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ

ପୁରୀରେ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ କମିଟି ବୈଠକ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି । ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ, ସଚିବ ଉପସ୍ଥିତ ଥିଲେ । ରଥଯାତ୍ରା ସୁପରିଚାଳନା, ରଥ ପ୍ରସ୍ତୁତି, ନୀତି ନିର୍ଘଣ୍ଟ ନେଇ ଆଲୋଚନା ମଧ୍ୟ କରାଯାଇଛି । ବିଶେଷ କରି ରଥଯାତ୍ରା ସୁପରିଚାଳନା, ରଥ ପ୍ରସ୍ତୁତି, ନୀତି ନିର୍ଘଣ୍ଟ, ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ, ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି, ପରିମଳ ବ୍ୟବସ୍ଥା, ରାସ୍ତାଘାଟ, ରେଳ ଚଳାଚଳ, ପରିବହନ ବ୍ୟବସ୍ଥା ଦିଗ ଉପରେ ଆଲୋଚନା ହୋଇଛି।

ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ, ପୁରୀ ଜିଲ୍ଲାର ବିଧାୟକ, ବିଭିନ୍ନ ବିଭାଗର ସଚିବଙ୍କ ସମେତ ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ। ତେବେ ଜୁଲାଇ ୭ ଓ ୮ ଦୁଇ ଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ଉଭୟ ପୋଲିସ ପ୍ରଶାସନ ଓ ନୂଆ ରାଜ୍ୟ ସରକାରଙ୍କ ପାଇଁ ଏହା ବଡ଼ ଚ୍ୟାଲେଞ୍ଜ ପାଲଟିଛି।

Advertisment
Lord Jagannath Puri Srimandir Puri Temple Ratha Jatra Ratha Yatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ