Advertisment

ଆଜି ଅସୁସ୍ଥ ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ମୋଦକ; ଏହାକୁ ସେବନ କରି ସଂପୂର୍ଣ୍ଣ ସୁସ୍ଥ ହେବେ ଚତୁର୍ଦ୍ଧାମୂର୍ତ୍ତି

ଜ୍ବରରେ ଆକ୍ରାନ୍ତ ଶ୍ରୀଜିଉ ମାନଙ୍କୁ ଲାଗି ହେବ ଦଶମୂଳ ମୋଦକ। ଅତ୍ୟନ୍ତ ନିଷ୍ଠା ଓ ପବିତ୍ରତାର ସହ ରାଜବୈଦ୍ୟଙ୍କ ଘରେ ପ୍ରସ୍ତୁତ ହୋଇଛି ଏହି ଦଶମୂଳ ମୋଦକ। ଏହାକୁ ସେବନ ସଂପୂର୍ଣ୍ଣ ସୁସ୍ଥ ହେବେ ଚତୁର୍ଦ୍ଧାମୂର୍ତ୍ତି।

author-image
Sujit kumar Swain
ଅଦ୍ୟତନ ହୋଇଛି
Khali Lagi Ekadashi Ritual In Puri Srimandir

Puri Sri Mandir

ଆଜି ଏକାଦଶୀ ତିଥିରେ ଜ୍ବରରେ ଆକ୍ରାନ୍ତ ଶ୍ରୀଜିଉ ମାନଙ୍କୁ ଲାଗି ହେବ ଦଶମୂଳ ମୋଦକ। ଅତ୍ୟନ୍ତ ନିଷ୍ଠା ଓ ପବିତ୍ରତାର ସହ ରାଜବୈଦ୍ୟଙ୍କ ଘରେ ପ୍ରସ୍ତୁତ ହୋଇଛି ଏହି ଦଶମୂଳ ମୋଦକ। ଗମ୍ଭାରୀ, ବେଲ, ପାଟଳୀ, କୃଷ୍ଣପର୍ଣ୍ଣି, ଶାଳପର୍ଣ୍ଣୀ, ଅଙ୍କରାନ୍ତି, ଗୋଖରା ପରି ବିଭିନ୍ନ ପ୍ରକାରର ଆୟୁର୍ବେଦ ଚେରମୂଳରେ ପ୍ରସ୍ତୁତ ହୋଇଛି ଏହି ଦଶମୂଳ ମୋଦକ। ଏହାକୁ ସେବନ ସଂପୂର୍ଣ୍ଣ ସୁସ୍ଥ ହେବେ ଚତୁର୍ଦ୍ଧାମୂର୍ତ୍ତି। 

Advertisment

ସେପଟେ ରଥଖଳାରେ ତିନି ରଥର ନିର୍ମାଣ କାର୍ଯ୍ୟ ବି ସରି ସରି ଆସୁଛି। ବିଶ୍ବକର୍ମା ମହାରଣାମାନେ ରଥ ସିଂହାସନ ଓ ପ୍ରଭା ନିର୍ମାଣରେ ଲାଗିଥିବାବେଳେ ଚିତ୍ରକାର ସେବକ ହଂସ ପଟା, ଶିଖର ଡମ୍ବରୁ, ଅଁଳା ସହ ପାର୍ଶ୍ବ ଦେବ ଦେବୀଙ୍କ ମୂର୍ତ୍ତିରେ ରଙ୍ଗ କାର୍ଯ୍ୟ ଶେଷ କରି ରଥ ଚକ, କୋଣ ଗୁଜ ଓ ପଟା ଗୁଜରେ ରଙ୍ଗ କାର୍ଯ୍ୟ କରିଛନ୍ତି।

ଅଧିକ ପଢ଼ନ୍ତୁ: ଗଣତି ହେବେ ରଥକୁ ଆସୁଥିବା ଭକ୍ତ; ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ହେବ ଗଣନା

Advertisment

ଅନ୍ୟପଟେ ପୁରୀରେ ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ପକ୍ଷରୁ ପ୍ରାରମ୍ଭିକ ସମୀକ୍ଷା ଶେଷ ହୋଇଛି । ଚଳିତ ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ୪ ଅତିରିକ୍ତ ଡିଜି ପାହ୍ୟା ଅଧିକାରୀ, ୬ ଜଣ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ, କମାଣ୍ଡାଣ୍ଟ ବା ଏସପି ପାହ୍ୟାର ୧୯ ଜଣ, ଅତିରିକ୍ତ ଏସପି ବା ଡେପୁଟି କମଣ୍ଡାଣ୍ଟ ପାହ୍ୟାର ୩୩ ଜଣ, ଆସିଷ୍ଟାଣ୍ଟ କମାଣ୍ଡର ବା ଡିଏସପି ପାହ୍ୟାର ୭୫ ଜଣ, ଇନ୍ସପେକ୍ଟର ୧୩୦ ଜଣ, ୬୭୫ ଜଣ ଏଏସଆଇ ଓ ଏସଆଇ ପାହ୍ୟାର ଅଧିକାରୀ ସୁରକ୍ଷା ଦାୟିତ୍ଵରେ ମୁତୟନ ରହିବେ ।

୩ ପ୍ଲାଟୁନ ଓ ଏସଏଏଫ୍‌ଙ୍କୁ ମୁତୟନ କରାଯିବା ସହିତ କେନ୍ଦ୍ର ସରକାରଙ୍କୁ ୫ କମ୍ପାନୀ ରାପିଡ ଆକ୍ସନ ଫୋର୍ସ ପାଇଁ ଆବେଦନ କରାଯାଇଛି । ସେପଟେ ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ । ସୋସିଆଲ ମିଡ଼ିଆ ହ୍ୟାଣ୍ଡଲ ରେ ଲୋକଙ୍କୁ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ ସୂଚନା ଦିଆଯିବ ।

ଅଧିକ ପଢ଼ନ୍ତୁ: ପାଖେଇ ଆସୁଛି ଘୋଷଯାତ୍ରା, ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

Jagannath Temple Sri Mandir Puri Sri Mandir Ratha Jatra
Advertisment
Advertisment