Advertisment

ସୁସ୍ଥ ହେଲେ ଶ୍ରୀଜିଉ, ଆଜି ଗଜପତି ମହାରାଜାଙ୍କୁ ଦିଆଯିବ ମହାପ୍ରଭୁଙ୍କ ସୁସ୍ଥତାର ଖବର

ଦଇତା ସେବକ ଓ ପତି ସେବକମାନେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରୁ ବାହାରିଥିବା କରାଳ ଚନ୍ଦନ, ଚନ୍ଦନ ଓ ପାଟ ଡୋର ରୂପାଥାଳିରେ ଧରି ଶ୍ରୀନଅର ଆସି ଗଜପତିଙ୍କୁ ସୁସ୍ଥତାର ଖବର ଦେବେ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
Lord Jagannath and His Siblings Recovered From Fever

Lord Jagannath

ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି । ଆଜି ଅନବସରର ଦ୍ୱାଦଶୀ । ପୁରୀରେ ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ ହେବ । ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ଖବର ଦିଆଯିବ । ଦଇତା ସେବକ ଓ ପତି ସେବକମାନେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରୁ ବାହାରିଥିବା କରାଳ ଚନ୍ଦନ, ଚନ୍ଦନ ଓ ପାଟ ଡୋର ରୂପାଥାଳିରେ ଧରି ଶ୍ରୀନଅର ଆସି ଗଜପତିଙ୍କୁ ସୁସ୍ଥତାର ଖବର ଦେବେ। ଏହାକୁ ରାଜପ୍ରାସାଦ ବିଜେ ନୀତି କୁହାଯାଇଥାଏ । ଭୋଗମଣ୍ଡପ ଉଠିବା ପରେ ଏହି ଦ୍ୱାଦଶୀ ନୀତି ସମ୍ପନ୍ନ ହେବ। ଏକାଦଶୀରେ ଦଶମୂଳମୋଦକ ଲାଗି ପରେ ଚତୁର୍ଦ୍ଧାମୂର୍ତ୍ତି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ।

Advertisment

ସେପଟେ ରଥଯାତ୍ରାକୁ ମଝିରେ ଆଉ ୩ ଦିନ ରହିଲା । ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ରଥ ନିର୍ମାଣ କାମ । ବିଶ୍ୱକର୍ମା ମହାରଣାମାନେ ରଥ ନିର୍ମାଣରେ ମଜି ଯାଇଛନ୍ତି । ସେହିପରି ତିନି ରଥ ପ୍ରଭାରେ ରୂପ ଖୋଦେଇ କାର୍ଯ୍ୟ ଜାରି ରଖିଛନ୍ତି ରୂପକାର ସେବକ। ଆଜି ମହାରଣା ସେବକମାନେ ଭୋଇ ସେବକଙ୍କ ସହଯୋଗରେ ତିନି ରଥର ପ୍ରତି କୋଣଗୁଡିକରେ ଦୁଇଟି ଲେଖାଏଁ କଣି ଫାଉଡ଼ି ବସାଇବେ। ପରେ ତିନି ରଥରେ 'ହାତିଆଳ ମାଳ' ବା କାଠ ବଟନ୍ ଆଠଟି ଲେଖାଏଁ ବଡଧରା ପୋଟଳଠାରୁ ଦୁଆର ବେଢ଼ା ପର୍ଯ୍ୟନ୍ତ ଫିଟିଂ କରାଯିବ। ଏଥିସହ ତିନି ରଥର ସିଂହାସନ ବେଦୀ ନିର୍ମାଣ କାର୍ଯ୍ୟ ଶେଷ ହେବ।

ଅଧିକ ପଢ଼ନ୍ତୁ: କେମିତି ତିଆରି ହୁଏ ରଥ ଦଉଡ଼ି, ଏହାର ଲମ୍ବ ଓ ମୋଟେଇ କେତେ..?

ସେପଟେ ଗତକାଲି ପୁରୀ ଟାଉନ୍ ହଲରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରଥଯାତ୍ରାକୁ ନେଇ ସ୍ବତନ୍ତ୍ର ସମୀକ୍ଷା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିଥିଲେ ।

Advertisment

ରଥନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିଥିଲେ ।

ସେପଟେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରଥଯାତ୍ରା ୨ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବାରୁ ଛୁଟି ଘୋଷଣା ହୋଇଛି । ପୁରୀରେ ସମୀକ୍ଷା ବୈଠକରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଏହି ଅବସରରେ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସହଯୋଗ କାମନା କରିଛନ୍ତି । ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକରେ ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ସ୍ବତନ୍ତ୍ର ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଲେ।

ଅଧିକ ପଢ଼ନ୍ତୁ: ୧୯୭୧ ଭଳି ଏଥର ରଥଯାତ୍ରା, ଦିନ ୧.୧୦ରେ ହେବ ପହଣ୍ଡି

Srimandir Lord Jagannath Puri Srimandir
Advertisment
Advertisment