/odishatv-khabar/media/post_attachments/uploadimage/library/16_9/16_9_0/Ratha_1750925998.jpg)
Ratha
ଆବେଗ ଭରା ଭକ୍ତପ୍ରାଣ...ଲୁହ ଛଳ ଛଳ ଆଖି...ଭାବର ଠାକୁର ଯେତେବେଳେ ବଡ଼ଦେଉଳ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ, ଭକ୍ତଟିଏ ତା’ର ଦୁଃଖ ଆଉ ସୁଖ ଜଣାଇବ ନିଜ ପ୍ରାଣପ୍ରିୟ ଠାକୁରଙ୍କୁ..ତେଣୁ ଆଜିଠୁ ଉଛୁଳିଲାଣି ଶ୍ରୀକ୍ଷେତ୍ର...ଭକ୍ତିରେ ଭିଜିଲାଣି ବଡ଼ଦାଣ୍ଡ। .. ଏଣେ ରଥ ପ୍ରସ୍ତୁତ....ପଥ ପ୍ରସ୍ତୁତ...ଅପେକ୍ଷା ସେହି ଜଗତରନାଥ ଜଗନ୍ନାଥଙ୍କୁ । ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ।
ଅଧିକ ପଢ଼ନ୍ତୁ: ଘୋଷଯାତ୍ରା ପାଇଁ ସୁରକ୍ଷା ବଳୟରେ ପୁରୀ ସହର; ଜଳ, ସ୍ଥଳ ଓ ଆକାଶ ମାର୍ଗରୁ ନଜର
ଜନ୍ମବେଦୀକୁ ଯାତ୍ରା କରିବେ ବେନି ଭାଇ, ସାଙ୍ଗରେ ରହିବେ ଭଉଣୀ ସୁଭଦ୍ରା । ଆରମ୍ଭ ହୋଇଗଲାଣି ରଥଯାତ୍ରା ପୂର୍ବ ପ୍ରସ୍ତୁତି । ବଡ଼ଦାଣ୍ଡରେ ଶ୍ରୀଜିଉଙ୍କ ଅପେକ୍ଷାରେ ତିନି ରଥ । ଅପରାହ୍ନ ୪ଟା ୧୦ ମିନିଟରେ ରଥକୁ ହେବ ଆଜ୍ଞାମାଳ ବିଜେ । ଆଜ୍ଞାମାଳ ବିଜେ ପରେ ରଥଖଳାରୁ ସିଂହଦ୍ୱାରକୁ ଆସିବେ ୩ ରଥ । ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଯିବେ ଚତୁର୍ଦ୍ଧାବିଗ୍ରହ ।
ସକାଳ ୯ଟାରେ ତିନି ରଥକୁ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳାର୍ପଣ ପରେ ୯ଟା ୩୦ରୁ ପହଣ୍ଡି ଆରମ୍ଭ ହେବ। ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ଦାରୁବିଗ୍ରହ ରଥାରୁଢ ହେବେ। ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଗଜପତି ମହାରାଜା କରିବେ ଛେରାପହଁରା। ଏହାପରେ ଚାରମାଳ ଫିଟାଯାଇ ଅପରାହ୍ନ ୪ଟାରେ ଟଣାଯିବ ରଥ ।
ଅନ୍ୟପକ୍ଷରେ ଅଣସର ସହ ସରିଛି ଭକ୍ତଙ୍କ ୧୪ ଦିନର ପ୍ରତୀକ୍ଷା । ମହାବାହୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଏଥର ଗୋଟିଏ ଦିନରେ ପଡ଼ିଛି ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ । ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି । ଶ୍ରୀମନ୍ଦିର ବାହାରେ ଓ ଭିତରେ ତିନିଥାକିଆ ସୁରକ୍ଷା ବ୍ୟବସ୍ଥା ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)