/odishatv-khabar/media/post_attachments/uploadimage/library/16_9/16_9_0/IMAGE_1719904683.jpg)
ratha yatra
ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରଥଯାତ୍ରା ୨ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବାରୁ ଛୁଟି ଘୋଷଣା ହୋଇଛି । ପୁରୀରେ ସମୀକ୍ଷା ବୈଠକରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଅନ୍ୟପଟେ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ । ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସହଯୋଗ କାମନା କଲେ । ପୁରୀରେ ରଥଯାତ୍ରା ସମୀକ୍ଷାରେ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ସ୍ବତନ୍ତ୍ର ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଲେ।
ଅଧିକ ପଢ଼ନ୍ତୁ: ଗଣତି ହେବେ ରଥକୁ ଆସୁଥିବା ଭକ୍ତ; ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ହେବ ଗଣନା
ପୁରୀ ଟାଉନ୍ ହଲରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରଥଯାତ୍ରାକୁ ନେଇ ସ୍ବତନ୍ତ୍ର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିଥିଲେ ।
ରଥନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ବାସ୍ଥ୍ୟ ସେବା, ପରିମଳ ବ୍ୟବସ୍ଥା ଭଳି ସମସ୍ତ ଦିଗକୁ ଗୋଟି ଗୋଟି କରି ଅନୁଧ୍ୟାନ କରିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)