• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ଶ୍ରୀମନ୍ଦିର ରତ୍ନଭଣ୍ଡାର ନିହାତି ଖୋଲାଯିବା ଦରକାର କହିଲେ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର (ଜଗୁନି) । ରତ୍ନଭଣ୍ତାର ପ୍ରସଙ୍ଗରେ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି । ସେ ଓଟିଭିକୁ ସାକ୍ଷାତକାର ବେଳେ କହିଛନ୍ତି ଯେ, ରତ୍ନଭଣ୍ଡାରରେ ପାଣି ଗଳୁଛି, ଜିନିଷ ନଷ୍ଟ ହେଉଛି, ଏହାକୁ ନିହାତି ଖୋଲାଯାଉ । ଭଣ୍ଡାର ଘରେ ଯେମିତି ପାଣି ଗଳୁଛି, ଦିନେ ଏହା ଭୁଶୁଡ଼ି ପଡ଼ିବ । 

ସେ ଆହୁରି କହିଛନ୍ତି ଯେ ରାଜ୍ୟ ସରକାର ରତ୍ନଭଣ୍ଡାର ଖୋଲି ନପାରିବା ଲଜ୍ଜାଜନକ ଘଟଣା । ରତ୍ନଭଣ୍ଡାରରେ ଜିନିଷ ଖତ ହେଉଛି, ଏଣେ ପ୍ରଭୁ ଗୋଟିଏ ସେଟ୍ ପିନ୍ଧୁଛନ୍ତି । ମହାପ୍ରଭୁଙ୍କର ଗୋଟିଏ କାହିଁକି ୧୦/୧୫ ସେଟ୍ ଅଳଙ୍କାର ହେଉ । ରାଜ୍ୟ ସରକାର ଚାହିଁଲେ ଦାତାଙ୍କ ଜରିଆରେ ଅଳଙ୍କାର ସେଟ୍ କରିପାରିବେ । ସରକାର ଖାଲି ଘୋଷଣା କରନ୍ତୁ, ଦାତା ସୁନା ଗଦା କରି ପକାଇବେ ।