Advertisment

ସମୟ ପୂର୍ବରୁ ଆରମ୍ଭ ହେଲା ପହଣ୍ଡି, ଧାଡ଼ି ପହଣ୍ଡିରେ ଝୁଲି ଝୁଲି ଆସୁଛି କାଳିଆ

ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ନିର୍ଦ୍ଧାରିତ ସମୟର ପ୍ରାୟ ଦୁଇ ଘଣ୍ଟା ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଧାଡ଼ି ପହଣ୍ଡିରେ ରଥକୁ ଆସୁଛନ୍ତି ଚତୁର୍ଦ୍ଧାମୂରତି ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
Pahandi of Lord Jagannath begins ahead of schedule

Pahandi Bije

ଆଜି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଶ୍ରୀଜିଉଙ୍କ ଅପେକ୍ଷାରେ ରଥ ଆଉ ପଥ । ଶ୍ରୀମନ୍ଦିରର ସିଂହଦ୍ବାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ । ତେବେ ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ନିର୍ଦ୍ଧାରିତ ସମୟର ପ୍ରାୟ ଦୁଇ ଘଣ୍ଟା ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଧାଡ଼ି ପହଣ୍ଡିରେ ରଥକୁ ଆସୁଛନ୍ତି ଚତୁର୍ଦ୍ଧାମୂରତି । ପ୍ରଥମେ ସୁଦର୍ଶନ ପହଣ୍ଡିରେ ଆସି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ବିରାଜିଛନ୍ତି ।  ଘଣ୍ଟଘଣ୍ଟା, ମୃଦଙ୍ଗ, ହୁଳହୁଳିରେ ପ୍ରକମ୍ପିତ ପରିବେଶ। ଏହାପରେ ଟାହିଆ ହଲେଇ ଝୁଲି ଝୁଲି ଆସୁଛନ୍ତି ବଡ଼ଭାଇ ବଳଭଦ୍ର । ଏହାପରେ ଦେବୀ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ରଥାରୂଢ଼ ହେବାକୁ ଆସୁଛନ୍ତି। ଶେଷରେ ମହାପ୍ରଭୁ ଜଗନ୍ନାଥ ଧାଡ଼ି ପହଣ୍ଡିରେ ଟାହିଆ ହଲେଇ ଆସୁଛନ୍ତି। ଝୁଲି ଝୁଲି ଭକ୍ତଙ୍କ ଗହଣରେ ରଥକୁ ଆସୁଛନ୍ତି ବିଶ୍ୱନିୟନ୍ତା ।

Advertisment

 Live Updates: ଝୁଲି ଝୁଲି ଆସୁଛି କାଳିଆ; ରଥଯାତ୍ରା ୨୦୨୪ ଲାଇଭ ଅପଡେଟ୍ ଦେଖିବା ପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ...

ସେପଟେ ଶ୍ରୀଜିଉଙ୍କ ଅପେକ୍ଷାରେ ରଥ ଆଉ ପଥ । ଶ୍ରୀମନ୍ଦିରର ସିଂହଦ୍ବାର ଆଗରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ । ଆବେଗ ଭରା ଭକ୍ତପ୍ରାଣ...ଲୁହ ଛଳ ଛଳ ଆଖି...ଭାବର ଠାକୁର ଯେତେବେଳେ ବଡ଼ଦେଉଳ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ, ଭକ୍ତଟିଏ ତା’ର ଦୁଃଖ ଆଉ ସୁଖ ଜଣାଇବ ନିଜ ପ୍ରାଣପ୍ରିୟ ଠାକୁରଙ୍କୁ..ତେଣୁ ଆଜିଠୁ ଉଛୁଳିଲାଣି ଶ୍ରୀକ୍ଷେତ୍ର...ଭକ୍ତିରେ ଭିଜିଲାଣି ବଡ଼ଦାଣ୍ଡ। .. ଏଣେ ରଥ ପ୍ରସ୍ତୁତ....ପଥ ପ୍ରସ୍ତୁତ...ଅପେକ୍ଷା ସେହି ଜଗତରନାଥ ଜଗନ୍ନାଥ ।

Advertisment

ଅନ୍ୟପକ୍ଷରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ପୋଲିସ ପ୍ରଶାସନର ଅସମ୍ଭବ ସୁରକ୍ଷା ବ୍ୟବସ୍ଥା । କାରଣ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ବହୁ ହେଭିୱେଟ ସାମିଲ ହେବେ ଘୋଷଯାତ୍ରାରେ । ସୁରକ୍ଷାକର୍ମୀଙ୍କ ସହ ସିସିଟିଭି ବଳୟରେ ସାରା ଶ୍ରୀକ୍ଷେତ୍ର । ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବାବେଳେ ଭିଡ଼ ନିୟନ୍ତ୍ରଣ ପାଇଁ ବଡ଼ଦାଣ୍ଡକୁ ୬ଟି ଜୋନରେ ବିଭକ୍ତ କରାଯାଇଛି। ତାସହ ଅତ୍ୟାଧୁନିକ ଜ୍ଞାନ କୌଶଳ, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସର ସହାୟତା ନିଆଯାଇଛି। ୩ ଠାକୁରଙ୍କ ୩ କର୍ଡନ ଦାୟିତ୍ବରେ ରହିବେ ୩ କମ୍ପାନୀ ରାପିଡ଼ ଆକ୍ସନ ଫୋର୍ସ, ୨ କମ୍ପାନୀ ସିଆରପିଏଫ ଓ ୮ କଂପାନୀ ଏସଓଜି ।

ସେହିପରି ଗତ ରାତିରୁ ଲାଗୁ ହୋଇଛି ଟ୍ରାଫିକ୍ କଟକଣା । ପ୍ରଥମ ଥର ପାଇଁ ରଥଯାତ୍ରାକୁ ଆସୁଥିବା ଯାନବାହନର ଗଣତି ହେବ। AI ସହାୟତାରେ ପୁରୀ-ବ୍ରହ୍ମଗିରି, ପୁରୀ-ଭୁବନେଶ୍ୱର ଏବଂ ପୁରୀ-କୋଣାର୍କ ରାସ୍ତାରେ ସ୍ୱତନ୍ତ୍ର ଟ୍ରାଫିକ ପରିଚାଳନା ହେବ। ବ୍ଲାକସ୍ପଟରେ ଡ୍ରୋନର ନିଆଯିବ ସହାୟତା। ବସ୍ ଓ ୨ ଚକିଆ ଯାନଗୁଡିକ ପାଇଁ ମୋଟ୍ ୨୧ଟି ସ୍ଥାନରେ ସ୍ୱତନ୍ତ୍ର ପାର୍କିଂ ବ୍ୟବସ୍ଥା ରହିଛି।

ପଢନ୍ତୁ ଏହି ଖବର: Ratha Jatra 2024: କାହିଁକି ହୁଏ ମହାପ୍ରଭୁଙ୍କ ଶ୍ରୀଗୁଣ୍ତିଚା ଯାତ ? ଜାଣନ୍ତୁ ରଥଯାତ୍ରାର ବିଧି ସମ୍ପର୍କିତ କିଛି ତଥ୍ୟ...

    Srimandir Lord Jagannath Ratha Jatra Ratha Yatra
    Advertisment
    Advertisment