• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ବାଜୁଛି ବିଜେ କାହାଳୀ, ଚାଲିଛି ପହଣ୍ଡି ବିଜେ । ରଥଯାତ୍ରାର ଅନ୍ୟତମ ମନମୁଗ୍ଧକର ନୀତି ହେଉଛି ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ତିନି ରଥକୁ ବିଜେ କରୁଛନ୍ତି  ଚତୁର୍ଦ୍ଧାମୂର୍ତ୍ତି । ହୁଳହୁଳି, ହରିବୋଲ ଧ୍ୱନିରେ ସିଂହଦ୍ୱାର ପ୍ରକମ୍ପିତ । ଆଉ ଏହାରି ଭିତରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ପ୍ରଥମେ ସ୍ଥାପନା ହେଲେ ସୁଦର୍ଶନ ଠାକୁର । ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ହୋଇଥିଲା । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ହୋଇଥିଳା । ଘଣ୍ଟ ଓ ଶଙ୍ଖର ଶବ୍ଦରେ ଶ୍ରୀମନ୍ଦିର ପରିସର ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଛି ।

ସୁଦର୍ଶନଙ୍କ ପରେ ବଡ଼ ଭାଇ ବଳଭଦ୍ର ବି ରଥରେ ବିଜେ କରିଛନ୍ତି । ତାଙ୍କ ପରେ ପରେ ଧାଡ଼ି ପହଣ୍ଡିରେ ଆସି ଦେବୀ ଭଭଦ୍ରା ବି ରଥରେ ବିରାଜମାନ ହୋଇଛନ୍ତି । 

 

କାହିଁକି ଗୋଲାକାର ନୁହନ୍ତି ସୁଦର୍ଶନ ?

ତିନି ଯୁଗରେ ସୁଦର୍ଶନ ଚକ୍ର ଗୋଲାକାର ହୋଇଥିଲେ ହେଁ କଳିଯୁଗରେ ସ୍ତମ୍ଭାକାର ରୂପେ ବିରାଜିତ । ଏହା ପଛରେ ଥିବା ପୌରାଣିକ ମତଟି ହେଲା, ସୁଦର୍ଶନ ଦୂତ ରୂପେ ବା କାର୍ଯ୍ୟନିର୍ବାହୀ ରୂପେ ପ୍ରଭୁଙ୍କ ସବୁ କାର୍ଯ୍ୟ ତୁଲାଉଥିବାରୁ ତାଙ୍କ ମନରେ ଅହଙ୍କାର ଜାତ ହେଲା । ପ୍ରଭୁ ଏହା ଜାଣିପାରି ସୁଦର୍ଶନଙ୍କର ଅହଙ୍କାର ବିନାଶ ପାଇଁ କଦଳୀବନରେ ତପସ୍ୟା କରୁଥିବା ହନୁମାନଙ୍କୁ ଡାକି ଆଣିବା ପାଇଁ ସୁଦର୍ଶନଙ୍କୁ ପଠାଇଲେ । ଅହଙ୍କାର ବଶତଃ ସୁଦର୍ଶନ ଗଲାବେଳେ କଦଳୀବନର ପତ୍ରସବୁ କାଟି କାଟି ଯାଇ ସେଠାରେ ଅଭୟ ମୁଦ୍ରାରେ ତପସ୍ୟାରେ ବସିଥିବା ହନୁମାନଙ୍କୁ ପ୍ରଭୁଙ୍କ ବାର୍ତ୍ତା ଦେଲେ । ହନୁମାନ ସବୁ ଜାଣିପାରି କହିଲେ ମୁଁ ଚିରଞ୍ଜିବୀ ହେଲେ ମଧ୍ୟ ବୃଦ୍ଧାବସ୍ଥା ଯୋଗୁଁ ଶୀଘ୍ର ଯାଇପାରିବି ନାହିଁ, ଏଣୁ ତୁମେ ଆଗରେ ଚାଲ ମୁଁ ପଛେ ପଛେ ପହଞ୍ଚିବି ।

ରଥଯାତ୍ରାର ଟିକିନିଖି ଖବର ଜାଣିବା ପାଇଁ ଏହି ଲିଙ୍କ୍‌ ଉପରେ କ୍ଲିକ୍‌ କରନ୍ତୁ

ସୁଦର୍ଶନ ଏହାଶୁଣି ଅହଙ୍କାରରେ ପୂର୍ବାପେକ୍ଷା ଦୁଇଗୁଣ ବେଗରେ ଯାଇ ପହଞ୍ଚିବା ବେଳକୁ ହନୁମାନ ସିଂହଦ୍ୱାରରେ ଅପେକ୍ଷା କରିଛନ୍ତି । ସୁଦର୍ଶନ ବିସ୍ମିତ ହୋଇ ପଚାରିଲେ, ତୁମ୍ଭେ ବୃଦ୍ଧ ହେତୁ ଶିଘ୍ର ଆସିପାରିବ ନାହିଁ ବୋଲି କହୁଥିଲ, ଏତେ ଶୀଘ୍ର ମୋ ପୂର୍ବରୁ କିପରି ପହଞ୍ଚିଲ? ହନୁମାନ ଉତ୍ତରଦେଲେ, ମୁଁ ପିତା ପବନଦେବଙ୍କୁ ସ୍ମରଣ କରିବାରୁ ସେ ମତେ ଏଠାରେ ପହଞ୍ଚାଇଲେ । ମୁଁ ବୃଦ୍ଧ ହୋଇପାରେ କିନ୍ତୁ ପିତା ପବନଦେବ ବୃଦ୍ଧ ନୁହଁନ୍ତି, କାରଣ ଦେବତାମାନେ ବୃଦ୍ଧ ହୁଅନ୍ତି ନାହିଁ, ସର୍ବଦା ଯୁବକ ଅବସ୍ଥାରେ ଥାଆନ୍ତି ।

ଅଧିକ ପଢ଼ନ୍ତୁ: ଘଣ୍ଟ କାହାଳି ଶବ୍ଦରେ ଦୁଲୁକୁଛି ବଡ଼ ଦାଣ୍ଡ, ଜୟଜଗନ୍ନାଥ ଧ୍ୱନୀରେ କମ୍ପୁଛି ଶ୍ରୀକ୍ଷେତ୍ର

ହନୁମାନଙ୍କ ଶକ୍ତି ପରିକ୍ଷା ପାଇଁ ସୁଦର୍ଶନ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରିଦ୍ୱାରରେ ଚାରୋଟି ସୁଦର୍ଶନ ରୂପେ ବାଟ ଓଗାଳିଲେ । ଏହା ଦେଖି ହନୁମାନ ପ୍ରଭୁ ରାମଙ୍କୁ ସ୍ମରଣ କରି ଚାରି ହାତରେ ଚାରୋଟି ସୁଦର୍ଶନଙ୍କୁ ଆଣି ଗିଳିଦେଇ ପ୍ରଭୁଙ୍କ ପାଖରେ ପହଞ୍ଚିଲେ । ପ୍ରଭୁ ହନୁମାନଙ୍କୁ ଏକାକୀ ଦେଖି ସୁଦର୍ଶନଙ୍କ କଥା ପଚାରିଲେ । ହନୁମାନ କହିଲେ, ପ୍ରଭୁ ଆପଣ ସବୁ ଜାଣନ୍ତି, ଆପଣ ତାଙ୍କୁ ଯେପରି ଚାରୋଟି ରୂପ ଦେଲେ, ମତେ ସେପରି ଚାରୋଟି ହାତ ଦେଲେ, ଚାରିଦ୍ୱାରରେ ସେ ମୋ ପଥରୋଧ କରିବାରୁ ମୁଁ ତାଙ୍କୁ ଗିଳିଦେଇଛି । ପ୍ରଭୁଙ୍କ ଦର୍ଶନରେ ମୁଁ କୌଣସି ବାଧାମାନେ ନାହିଁ ।

ତାପରେ ପ୍ରଭୁଙ୍କ ଆଦେଶ ମୁତାବକ ହନୁମାନ ସୁଦର୍ଶନଙ୍କୁ ବାନ୍ତି କଲେ, କିନ୍ତୁ ଚାରୋଟିଯାକ ସୁଦର୍ଶନ ଏକ ସ୍ତମ୍ଭାକାର ହୋଇ ତଳେ ପଡ଼ିଲେ । ଉଭୟଙ୍କ ଅହଙ୍କାର ପାଇଁ ପ୍ରଭୁ ଦଣ୍ଡବିଧାନ କଲେ । ସୁଦର୍ଶନ ସେହି ସ୍ତମ୍ଭାକାର ରୂପେ ଦକ୍ଷିଣପାର୍ଶ୍ୱ ପରିବର୍ତ୍ତେ ବାମପାର୍ଶ୍ୱରେ ରହିଲେ । ହନୁମାନ ତପସ୍ୱୀ ହନୁମାନ ନାମରେ ଆଠହାତଯୁକ୍ତ ପ୍ରଶସ୍ତ ମୁଦ୍ରାରେ ଉତ୍ତର(ହସ୍ତି) ଦ୍ୱାର ଜଗି ରହିଲେ ।

ଅଧିକ ପଢ଼ନ୍ତୁ: ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି